ଶ୍ରୀରାମ ନବମୀ ପାଳନ
ବରଗଡ – (ଭବାନୀ ଶଙ୍କର ପାଢ଼ୀ) ଅଦ୍ୟ ତା.୨୬-୦୩-୨୦୨୬ରିଖ ଚୈତ୍ରମାସ ଶୁକ୍ଳପକ୍ଷ ନବମୀ ତିଥି ଗୁରୁବାର ଦିନ ବରଗଡ଼ ଜିଲ୍ଲା ଅତାବିରା ଥାନା ଅନ୍ତର୍ଗତ ଝିଲିମିଣ୍ଡା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ପ୍ରଧାନ ଆଚାର୍ଯ୍ୟଙ୍କ ଶ୍ରୀଯୁକ୍ତ ମକୁନ୍ଦ ମହାରଣାଙ୍କ ଅଧ୍ୟକ୍ଷତାରେ”ଶ୍ରୀରାମ ନବମୀ”ପାଳିତ ହୋଇଯାଇଅଛି।ଏହି ଅବସରରେ ପରିଚାଳନା ସମିତିର ଯୁଗ୍ମ ସଂପାଦକ ଶ୍ରୀଯୁକ୍ତ କ୍ଷୀରସାଗର ବେହେରା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଦୀପ ପ୍ରଜ୍ବଳନ ପୂର୍ବକ ସମସ୍ତଙ୍କ ଶୁଭ କାମନା କରିଥିଲେ।ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ମକୁନ୍ଦ ମହାରଣା ଶ୍ରୀରାମଚନ୍ଦ୍ରଙ୍କ ଚରିତ୍ର ଉପରେ ଆଲୋଚନା କରି ଶ୍ରୀରାମଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ଶିଶୁ ମାନଙ୍କୁ ମାର୍ଗଦର୍ଶନ ଦେଇଥିଲେ ।ବିଦ୍ୟାଳୟର ଆଚାର୍ଯ୍ୟା ଶ୍ରୀମତୀ ଭାର୍ଗବୀ ପ୍ରଧାନ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ ଶ୍ରୀରାମଚନ୍ଦ୍ରଙ୍କ ଗୁଣଗାନ କରି ଜନ୍ମ ବୃତ୍ତାନ୍ତ ବର୍ଣ୍ଣନା କରିଥିଲେ।ଶ୍ରୀଯୁକ୍ତ କାଳିଚରଣ ହୋତା ଶ୍ରୀରାମ ନବମୀ ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ।ସୁଶ୍ରୀ ଜୀତା ରଣା କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଶ୍ରୀମତୀ ମଞ୍ଜରୀ କର୍ଣ୍ଣ ଧନ୍ୟବାଦ ଅର୍ପଣ କରିଥିଲେ।
ସମସ୍ତ ଗୁରୁମା ଗୁରୁଜୀ କାର୍ଯ୍ୟକ୍ରମକୁ ସହଯୋଗ କରିଥିଲେ।
