ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୩୭ତମ ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଘାଟିତ

*ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୩୭ତମ ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଘାଟିତ*

*ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୩୭ତମ ବାର୍ଷିକ କ୍ରୀଡା ଉତ୍ସବ ଉଦ୍‌ଘାଟିତ* ।

ଗଜପତି,୨୭.୧୧( ମନୋଜ କୁମାର ପାଢୀଙ୍କ ରିପୋର୍ଟ):-ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୩୭ତମ ବାର୍ଷିକ କ୍ରୀଡା ଉତ୍ସବ ସ୍ଥାନୀୟ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟ ଖେଳପଡ଼ିଆରେ ଦୁଇ ଦିନ ଧରି ଆୟୋଜିତ ହେଉଛି। ଏହି କ୍ରୀଡ଼ା ଉତ୍ସବରେ ମୁଖ୍ୟ ଅତିଥି ଭାବେ ଗଜପତି ଜିଲ୍ଲାର ବରିଷ୍ଠ ଆନ୍ତର୍ଜାତିକ କ୍ରୀଡ଼ାବିତ୍ ତଥା ପ୍ରଶିକ୍ଷକ ଶ୍ରୀ କିଶୋର ଚନ୍ଦ୍ର ରଥ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ସେ ନିଜ ବକ୍ତବ୍ୟରେ ଛାତ୍ରଛାତ୍ରୀଙ୍କୁ ଖେଳ ପଡ଼ିଆରେ ଶୃଙ୍ଖଳା, ନିଷ୍ଠା ଓ ଉତ୍ତମ ଖେଳୁଆଡ଼ ମନୋଭାବ ପ୍ରଦର୍ଶନ କରିବାକୁ ଆହ୍ୱାନ ଦେଇଥିଲେ।ଏହି ଅବସରରେ ବିଦ୍ୟାମନ୍ଦିରର ଉପସଭାପତି ଶ୍ରୀ ସଞ୍ଜୟ ଜେନା ଓ ସମ୍ପାଦକ ଶ୍ରୀ ଚନ୍ଦ୍ରଶେଖର ପଟ୍ଟନାୟକ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ।

ଏହି ପ୍ରତିଯୋଗିତାରେ ଅନୁଷ୍ଠାନର ଶିଶୁ ବିଭାଗ, ବାଳ ବିଭାଗ ଓ କିଶୋର ବିଭାଗର ପ୍ରାୟ ୫୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ବିଭିନ୍ନ ଦୂରତାର ଦୌଡ଼, ଉଚ୍ଚଡିଆଁ, ଲମ୍ବଡିଆଁ, ସଟ୍‌ପୁଟ୍, ଡିସ୍‌କସ୍ ଓ ଜାଭେଲିନ୍ ଥ୍ରୋ ଆଦି କ୍ରୀଡ଼ା ପ୍ରତିଯୋଗିତାରେ ଛାତ୍ରଛାତ୍ରୀମାନେ ନିଜ ନିଜର କ୍ରୀଡ଼ା ନୈପୁଣ୍ୟ ପ୍ରଦର୍ଶନ କରିଥିଲେ।ସନ୍ଧ୍ୟାରେ ବିଦ୍ୟାମନ୍ଦିର ପରିସରରେ ବିଭିନ୍ନ କ୍ରୀଡ଼ାରେ କୃତିତ୍ୱ ହାସଲ କରିଥିବା ବିଜେତାମାନଙ୍କୁ ପୁରସ୍କୃତ କରାଯାଇଥିଲା।ଅନୁଷ୍ଠାନର ଶାରୀରିକ ପ୍ରମୁଖ ଶ୍ରୀ ମୁରଲୀ ମୋହନ ପ୍ରଧାନ ଓ କ୍ରୀଡ଼ା ଶିକ୍ଷକ ଶ୍ରୀ ରାଜେଶ କରାଇଙ୍କ ସଫଳ ସଂଯୋଜନା, ପ୍ରଧାନ ଆଚାର୍ଯ୍ୟ ଶ୍ରୀ ସରୋଜ କୁମାର ପଣ୍ଡାଙ୍କ ନିର୍ଦ୍ଦେଶନା ଏବଂ ସମସ୍ତ ଆଚାର୍ଯ୍ୟ ଓ ଆଚାର୍ଯ୍ୟାଙ୍କ ସହଯୋଗରେ କ୍ରୀଡ଼ା ଉତ୍ସବଟି ସୁଚାରୁରୂପେ ଅନୁଷ୍ଠିତ ହେଉଛି।