ସେପ୍ଟେମ୍ବର ୨୩ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ସେପ୍ଟେମ୍ବର ୨୩ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଆସନ୍ତା ୨୩ ତାରିଖ (ସୋମବାର) ଦିନ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦେବାକୁ ଥିବା ଜନସାଧାରଣଙ୍କ ପାଇଁ ଆଜି ଠାରୁ ଉଦ୍ଦିଷ୍ଟ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ପଞ୍ଜୀକରଣ ଆରମ୍ଭ ହୋଇଛି । ସେଦିନ ପଞ୍ଜୀକୃତ ସର୍ବାଧିକ ୧୦୦୦ ଦରଖାସ୍ତକାରୀ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ସେମାନଙ୍କର ଅଭିଯୋଗ ଜଣାଇପାରିବେ । ଆସନ୍ତା ୨୩ ତାରିଖ ସୋମବାର ୧୧ଟା ସମୟରୁ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ଭୁବନେଶ୍ୱର ୟୁନିଟ-୫ ସ୍ଥିତ ସରକାରୀ ବାସଗୃହ ନମ୍ବର ଭିଆଇଆଇଆଇଏମଆର-୪ ଠାରେ ଏହି ଜନଶୁଣାଣି ଅନୁଷ୍ଠିତ ହେବ । ଆବେଦନକାରୀ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହିବାକୁ ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏଥି ସହିତ ଜନସାଧାରଣ ଯେପରି ସେଠାରେ ସୁବିଧାରେ ସେମାନଙ୍କର ଅଭିଯୋଗ ଦେଇପାରିବେ, ସେଥିପାଇଁ ଆନୁଷଙ୍ଗିକ ପ୍ରସ୍ତୁତି କରାଯାଉଛି ।

Leave a Reply

Your email address will not be published. Required fields are marked *