ନୂଆଦିଲ୍ଲୀ: ସ୍ବାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ମିଳିଛି ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର। ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାରରେ ସମ୍ମାନିତ କରିଛନ୍ତି। ସଂଯୁକ୍ତା ସେଠୀ ମାଲକାନଗିରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନର୍ସିଂ ଅଫିସର ତଥା ଓଟି-ଇନ୍ ଚାର୍ଜ ସିଷ୍ଟର ଭାବେ କାର୍ଯ୍ୟ କରୁଛନ୍ତି। ଏଥି ସହିତ ଜିଲ୍ଲା କ୍ୱାଲିଟି ଆସ୍ୟୁରାନ୍ସ ଟିମ ସଦସ୍ୟା ସହ ବାୟୋ ମେଡିକାଲ୍ ୱେଷ୍ଟ ସୁପରଭାଇଜର ମଧ୍ୟ ଅଛନ୍ତି।
ସ୍ୱାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଓଡ଼ିଶାର ସଂଯୁକ୍ତା ସେଠୀଙ୍କୁ ମିଳିଛି ଜାତୀୟ ଫ୍ଲୋରେନ୍ସ ନାଇଟେଙ୍ଗଲ ପୁରସ୍କାର।
