ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ଶ୍ରୀଜଗନ୍ନାଥ ସଂସ୍କୃତି ଉପରେ ଆଲୋଚନା ଚକ୍ର
ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରଠାରେ ପବିତ୍ର ରଥ ଯାତ୍ରା ଉପଲକ୍ଷେ ଆୟୋଜିତ ପୁସ୍ତକ ପ୍ରଦର୍ଶନୀର ଉଦଯାପନୀ ଉତ୍ସବରେ ଶ୍ରୀଜଗନ୍ନାଥ ସଂସ୍କୃତି ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି l ଗ୍ରନ୍ଥାଗାରର ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ଉଦଯାପନୀ ଉତ୍ସବରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏ ମୁଖ୍ୟଅତିଥିଭାବେ ଯୋଗଦେଇ ଶ୍ରୀଜଗନ୍ନାଥ ସଂସ୍କୃତି ଉପରେ ଲିଖିତ ଉପାଦେୟ ପୁସ୍ତକ ଗୁଡିକ ଉପରେ ଆଲୋଚନା କରିଥିଲେ l ଏହି କାର୍ଯ୍ୟକ୍ରମରେ ମୁଖ୍ୟବକ୍ତାଭାବେ ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକ ଓ ପ୍ରବଚକ ଶ୍ରୀ ଜ୍ଞାନାନନ୍ଦ ସାଗର କୁମାର ଯୋଗ ଦେଇ ଶ୍ରୀଜୀଉ ମାନଙ୍କର ନୀଳାଦ୍ରି ବିଜେ ଉପରେ ବିସ୍ତୃତ ଆଲୋଚନା କରିଥିଲେ l ଗ୍ରନ୍ଥାଧ୍ୟକ୍ଷ ଶ୍ରୀମତୀ ସଂଘମିତ୍ରା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l ରାଜ୍ୟ ଗ୍ରନ୍ଥାଗାରର କର୍ମଚାରୀ, ପାଠକ ଓ ପାଠିକା ମାନେ ଏହି ଉଦଯାପନୀ ଉତ୍ସବରେ ଯୋଗ ଦେଇଥିଲେ l ଏହି ପୁସ୍ତକ ପ୍ରଦର୍ଶନୀ ୧୪ ଦିନ ପର୍ଯ୍ୟନ୍ତ ଚାଲିଥିଲା l