ହାଇସ୍କୁଲ ଶିକ୍ଷକ ଓ କର୍ମଚାରୀଙ୍କୁ ମିଳିବ ଗୃହ ନିର୍ମାଣ ପାଇଁ ଅଗ୍ରୀମ ଟଙ୍କା। ନୂଆ ଜମି କିଣିବା ଲାଗି ମଧ୍ୟ ଅଗ୍ରୀମ ଦିଆଯିବ।
ଭୁବନେଶ୍ୱର :ପୁରୁଣା ଜମିରେ ନୂଆ କୋଠା ନିର୍ମାଣ ଏବଂ ନିର୍ମିତ ହୋଇଥିବା କୋଠା କିଣିବା ଲାଗି ମଧ୍ୟ ଅଗ୍ରୀମ ଅର୍ଥ ମିଳିବ। ଏନେଇ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କୁ ଚିଠି କରାଯାଇଛି।