ବିଜାପୁର: ଛତିଶଗଡ଼ର ବିଜାପୁର ଜିଲ୍ଲାରେ ନକ୍ସଲମାନେ ସୁରକ୍ଷା ବାହିନୀ ଉପରେ ଏକ ବଡ଼ ଧରଣର ଆକ୍ରମଣ ଘଟାଇଛନ୍ତି। ଏହି ଆକ୍ରମଣରେ ୯ ଜଣ ଯବାନ ସହିଦ ହୋଇଥିବା ଏଡିଜି ନକ୍ସଲ ଅପରେସନ ବିବେକାନନ୍ଦ ସିହ୍ନା ସୂଚନା ଦେଇଛନ୍ତି। ସହିଦଙ୍କ ସଂଖ୍ୟା ଆହୁରି ବଢ଼ିପାରେ ବୋଲି କୁହାଯାଉଛି। ଏଥିସହ କିଛି ଯବାନ ଆହତ ମଧ୍ୟ ହୋଇଛନ୍ତି।
