କାର୍ ଧକ୍କାରେ ସାଇକେଲ ଚାଳକ ମୃତ।
ବୈଦ୍ୟନାଥ ପୁର ଥାନା ଅର୍ନ୍ତଗତ ଲାଞିପଲୀ ଜାତୀୟ ରାଜପଥ ପେଟ୍ରୋଲ ପମ୍ପ ନିକଟରେ ଜଣେ ଯୁବକ ସାଇକେଲ ରେ ଆସୁଥିବା ବେଳେ ଏକ କାର୍ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଯୁବକ ର ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ଫୁଲଟା ଗାଁର ବିଜୟ ନାହାକ ବୋଲି ଜଣାପଡିଛି। ଦୁର୍ଘଟଣା ଘଟାଇ କାର୍ ଚାଳକ ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିବା ବେଳେ ଆଖପାଖ ଅଂଚଳର ଲୋକ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରି ଘଟଣାକୁ ଆୟତ୍ତ କରିଥିଲେ ଓ ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟ ପକ୍ଷରେ ଗୋପାଳପୁର ବିଧାୟକ ତଥା ମନ୍ତ୍ରୀ ବିଭୁତି ଭୁଷଣ ଯେନା ମୃତକଙ୍କ ଘରକୁ ଯାଇ ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।

By admin

Leave a Reply

Your email address will not be published. Required fields are marked *