ସମ୍ବଲପୁର ଛାତ୍ରଙ୍କ ଦୁର୍ଘଟଣାଜନିତ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ୪ ଲକ୍ଷ ଟଙ୍କା ସହାୟତା ଘୋଷଣା
ଭୁବନେଶ୍ୱର: ସମ୍ବଲପୁର ଜିଲ୍ଲାର ବୁଢାରାଜା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ର ଦିପୁ ଯାଦବଙ୍କ ଦୁର୍ଭାଗ୍ୟଜନକ ଦୁର୍ଘଟଣାରେ ମୃତ୍ୟୁ ପାଇଁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇ, ଏହି କଷ୍ଟକର ସମୟରେ ସମସ୍ତ ସହାୟତା ପ୍ରଦାନର ଆଶ୍ୱାସନ ଦେଇଛନ୍ତି।ଏହା ସହିତ, ମୁଖ୍ୟମନ୍ତ୍ରୀ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି ରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ଆର୍ଥିକ ସହାୟତା ଘୋଷଣା କରିଛନ୍ତି।

