ପାରଳାଖେମୁଣ୍ଡି ପୋୖର ପରିଷଦ ପକ୍ଷରୁ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ ।
ଗଜପତି (ମନୋଜ ପାଢୀ) – ବିବେକାନନ୍ଦ ବେହେରା : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ପୋୖର ପରିଷଦ କାର୍ଯ୍ୟାଳୟରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ 2025 ପାଳିତ ହୋଇ ଯାଇଛି । ସକାଳୁ ସହରର ସମସ୍ତ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା । ପୋୖର ପରିଷଦରେ ଥିବା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୋୖର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ ପୁଷ୍ପ ମାଲ୍ୟାର୍ପଣ କରିଥିଲେ । ମହାତ୍ମା ଗାନ୍ଧୀଙ୍କ ଫୋଟ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ । ପରେ ପୋୖର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀଙ୍କ ଦ୍ଵାରା ପତାକା ଉତ୍ତୋଳନ କରାଯାଇଥିଲା । ପୋୖର ପରିଷଦ ଅଧ୍ୟକ୍ଷା ଜନସାଧାରଣଙ୍କୁ ଉଦବୋଧନ ଦେଇଥିଲେ । ପରେ ପୋୖର ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଲକ୍ଷ୍ମଣ କୁମାର ମୂର୍ମୁ ଜନ ସାଧାରଣଙ୍କୁ ଉଦବୋଧନ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମରେ ପୋୖର ପରିଷଦ ଉପାଧ୍ୟକ୍ଷ ଲେଙ୍କା ମଧୁ, କାଉନସିଲର ବାବୁନା ବେହେରା, ବାଳକୃଷ୍ଣ ପାତ୍ରଙ୍କ ସମେତ ମ୍ୟୁନିସିପାଲଟି ଇଂଜିନିୟର, କର୍ମଚାରୀ , କାଉନସିଲର, ସ୍ୱଚ୍ଛସାଥି , ସଫେଇ କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧି ମାନେ ଉପସ୍ଥିତ ଥିଲେ । ଅନ୍ତେବାସୀଙ୍କୁ ଫଳ ମିଠା ବଣ୍ଟନ କରାଯାଇଥିଲା , ସନ୍ଧ୍ୟା ସମୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ରହିଛି ।
