ବାତ୍ୟା ପ୍ରଭାବରେ ଅତି ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର: ବାତ୍ୟା ପ୍ରଭାବରେ ଆସନ୍ତା ୨୮ ଓ ୨୯ ତାରିଖରେ ସାରା ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସୂଚନା ଆଞ୍ଚଳିକ ପାଣିପାଗ ବିଜ୍ଞାନୀ ମନୋରମା ମହାନ୍ତି ଦେଇଛନ୍ତି।୨୮ ତାରିଖରେ ମାଲକାନଗିରି ଓ କୋରାପୁଟ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।ସେହିପରି ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ମଧ୍ୟ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାଗୁଡ଼ିକରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ଆଶା।ଏହା ସହିତ ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ, ତଥା ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।ଆଉ ୧୭ ଟି ଜିଲ୍ଲାକୁ ୨୮ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।ପାଣିପାଗ ବିଭାଗ ଅନୁସାରେ, କାଲିଠୁ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

