ରାଷ୍ଟ୍ରୀୟ ଏକତା ଦିବସରେ ନିଜ ଅଧିକାରକୁ ନେଇ ସଚେତନ ହେଲେ ଛାତ୍ରଛାତ୍ରୀ
ଗଜପତି(ମନୋଜ ପାଢୀ) : ବିଭିନ୍ନ ସମୟରେ ବିଭିନ୍ନ ସ୍ଥାନରେ ଜନସାଧାରଣଙ୍କୁ ନିଜ ଅଧିକାର ତଥା କର୍ତ୍ତବ୍ୟକୁ ନେଇ ସଚେତନତାର ବାର୍ତ୍ତା ବାଣ୍ଟୁଥିବା ଗଜପତି ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ସଚେତନତା କାର୍ଯ୍ୟକ୍ରମ କାଶିନଗର ବ୍ଲକ ଅଧୀନ ଅଲଡାରେ ଥିବା ଓଡିଶା ଆଦର୍ଶ ବିଦ୍ୟାଳୟରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବ ବିମଳ ରାଉଳଙ୍କ ଅଧ୍ୟକ୍ଷତାରେ ଆୟୋଜିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଶିଶୁ ବିବାହ, ପୋକ୍ସୋ ଆଇନ, ଟ୍ରାଫିକ ନିୟମ, ଶିଶୁ ଶ୍ରମ, ସାଇବର ଅପରାଧ ଏବଂ ବିଭିନ୍ନ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ବିଷୟ ସମ୍ପର୍କରେ ଛାତ୍ରଛାତ୍ରୀମାନଙ୍କୁ ସଚେତନ କରାଯାଇଥିଲା। ଏହି ଅବସରରେ ନିମନ୍ତ୍ରିତ ଅତିଥି ଭାବେ ଜିଲ୍ଲା ନ୍ୟାୟାଳୟର ଭାରପ୍ରାପ୍ତ କ୍ୟାଡ଼ର ପବ୍ଲିକ ପ୍ରସିକ୍ୟୁଟର ତଥା କାଶୀନଗର ହୋମିଓପ୍ୟାଥିକ ଡ଼ଃ ଜି. ବେଦବିକାଶ ପ୍ରମୁଖ ଉପସ୍ଥିତ ହୋଇ ଛାତ୍ରଛାତ୍ରୀମାନଙ୍କୁ ବିଭିନ୍ନ ବିଷୟରେ ସଚେତନ କରିବା ସହ ଭବିଷ୍ୟତରେ ଏକ ସୁନାଗରିକ ହେବା ପାଇଁ ପ୍ରୋତ୍ସାହିତ କରିଥିଲେ। ସର୍ଵ ଶେଷରେ ଆଦର୍ଶ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ସୁନିତା ପଟ୍ଟନାୟକ ସମସ୍ତଙ୍କୁ ଏହି କାର୍ଯ୍ୟକ୍ରମର ସଫଳ ଆୟୋଜନ ପାଇଁ ଧନ୍ୟବାଦ ଜ୍ଞାପନ କରିଥିଲେ।
