ବାଲିଯାତ୍ରା ମହୋତ୍ସବ ର ସନ୍ଧ୍ୟା ରେ ମନ ମୋହିଲା କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟାଙ୍ଗନା ମାନଙ୍କ ନୃତ୍ୟ।
କଟକ:-ଉପର ଓ ମହାନଦୀ ପଠା ତଳ ପଡିଆରେ ମେଳିଛି ସହସ୍ରାଧିକ ବିପଣନ ସାମଗ୍ରୀର ପସରା । ଠୁଙ୍କା ପୁରୀ, ଆଳୁଦମ ଦହିବରା, ମଥୁରା କେକ, ଗୁପଚୁପ ସାଙ୍ଗକୁ ରକମ ରକମର ସୁସ୍ୱାଦୁ ଖାଦ୍ୟ, ଭଳିକି ଭଳି ଦୋଳି ଆଉ ଓରମାସର ପଲିଶ୍ରୀ ମେଳା ହାତଠାରି ଡାକୁଛି ଦର୍ଶକଙ୍କୁ । ଆଉ ଆରମ୍ଭ ଦିନରୁ ବୁଲା ବୁଲି ସାଙ୍ଗକୁ କିଣାଣିକିରେ ମଜି ଗଲେଣି ଦର୍ଶକ ।ଚଳିତ ବର୍ଷ ୮ ଦିନ ଆୟୋଜିତ ହେଉଥିବା ବାଲିଯାତ୍ରାକୁ ପ୍ରତିଥର ପରି ଏଥର ଆସିଛି ବିଭିନ୍ନ ରକମର ସୁସ୍ୱାଦୁ ଖାଦ୍ୟ, ଭଳିକି ଭଳି ଦୋଳି, ସାଂସ୍କୃତିକ ବିଚିତ୍ରା ସାଙ୍ଗକୁ ଓରମାସ ବଜାର ।ସେପଟେ ଜିଲ୍ଲା ପ୍ରଶାସନ ଯାତ୍ରାକୁ ଅଧିକ ଆକର୍ଷଣୀୟ ଓ ମନୋରଞ୍ଜନ ଧର୍ମୀ କରିବା ପାଇଁ ୧୩ଟି ରାଷ୍ଟ୍ରର ରାଷ୍ଟ୍ରଦୂତଙ୍କ ସମେତ ୮ ଦେଶର କଳାକାରକୁ ଆମନ୍ତ୍ରଣ କରିଛି ।ଏହି ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟାଙ୍ଗନା ମାନେ ନିଜ ନିଜ ର ନୃତ୍ୟ ପରିବେଷଣ କରିଥିଲେ। କଳିଙ୍ଗାୟନ ତୌର୍ୟତ୍ରିକମ ନୃତ୍ୟାଙ୍ଗନା ମାନଙ୍କ ନୃତ୍ୟ ରେ ଝୁମିଥିଲେ ଦର୍ଶକ।ରିପୋର୍ଟ :କୈଳାଶ ଚନ୍ଦ୍ର ଚୌଧୁରୀ !