ମଣ୍ଡଳ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ।
ଗଜପତି (ମନୋଜ ପାଢୀ)
ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ରେ ଶିଶୁ ମହୋତ୍ସବ ସୁରଭି ମଣ୍ଡଳ ସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ଅନୁଷ୍ଠିତ ହୋଇଯାଇଛି। ଗ୍ରାମାଞ୍ଚଳର ଲୁକ୍କାୟିତ ପ୍ରତିଭା ଲୋକଲୋଚନକୁ ଆଣିବା ଉଦ୍ଦେଶ୍ୟରେ ଏହି ମହୋତ୍ସବ ରେ ଅନେକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥାଏ। ଗୁମ୍ମା ବ୍ଲକ ପିଏମଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏହି ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ଗୁମ୍ମା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ସୁନେମି ମଣ୍ଡଳ ଏଥିରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମ୍ମାନୀୟ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ଦୁଲେରାମ ମାରାଣ୍ଡି, ତହସିଲଦାର ଶ୍ରୀଯୁକ୍ତ ଶରତ ଶବର, ଗୋଷ୍ଠୀ ଶିକ୍ଷା ଅଧିକାରୀ ନୟନ ରଞ୍ଜନ ମଣ୍ଡଳ, ଗୁମ୍ମା ସମିତି ସଭ୍ୟା ଶ୍ରୀମତୀ ସ୍ନିଗ୍ଧା ରାଣୀ ପାଣି,ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବାବାଜୀ ପ୍ରଧାନ, ପୂର୍ବତନ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ମଦନ ମୋହନ କହଁର, ଗୁମ୍ମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଲିଙ୍ଗରାଜ ପାଢ଼ୀ, ଗୁମ୍ମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପରିଚାଳନା କମିଟି ସଭାପତି ମିହିର ଲାଲ୍ ପାଣି, ଉପସଭାପତି କେଦାର ନାଥ କାର୍ଜୀ ପ୍ରମୁଖ ମଞ୍ଚରେ ଉପସ୍ଥିତ ଥିଲେ। ସିନିୟର୍, ଜୁନିଅର୍ ଓ ସବ୍ ଜୁନିଅର୍ ତିନି ବିଭାଗରେ ପ୍ରାୟ ଦଶଟି ଇଭେଣ୍ଟ ରେ ବିଭିନ୍ନ ବିଦ୍ୟାଳୟ ରୁ ଆସିଥିବା ଛାତ୍ର ଛାତ୍ରୀ ଅଂଶଗ୍ରହଣ କରିଥିଲେ। କୃତି ପ୍ରତିଯୋଗୀ ମାନଙ୍କୁ ମାନପତ୍ର ଓ ଫଳକ ପ୍ରଦାନ କରାଯାଇଥିଲା। ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପ୍ରଥମ ସ୍ଥାନ ଅଧିକାର କରିଥିବା ଛାତ୍ର ଛାତ୍ରୀ ମାନେ ଜିଲ୍ଲାସ୍ତରୀୟ ସୁରଭି କାର୍ଯ୍ୟକ୍ରମ ରେ ଅଂଶଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି।
