ସର୍ଦ୍ଦାର ବଲ୍ଲଭଭାଇ ପଟେଲ ୧୫୦ତମ ଜୟନ୍ତୀ ପାଳନ ଓ ଏକତା ପଦଯାତ୍ରା ଅନୁଷ୍ଠିତ ।

ଗଜପତି(ମନୋଜପାଢୀ) : ଆଜି ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଭାରତର ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ଓ ଏକତା ପଦଯାତ୍ରା ମହା ଆଡ଼ମ୍ବରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମାନ୍ୟବର ସାଂସଦ ବ୍ରହ୍ମପୁର ଡ଼.ପ୍ରଦୀପ କୁମାର ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ମାନ୍ୟବର ବିଧାୟକ ମୋହନା ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ, ସଭାପତି ଜିଲ୍ଲାପରିଷଦ ଗଜପତି ଶ୍ରୀ ଗାବରା ତିରୁପତି ରାଓ ଓ ଅଧ୍ୟକ୍ଷା ପୌରପରିଷଦ ପାରଳାଖେମୁଣ୍ଡି ଶ୍ରୀମତୀ ନିର୍ମଳା ସେଠୀ ପ୍ରମୁଖ ଯୋଗ ଦେଇ ନିଜ ନିଜ ବକ୍ତବ୍ୟରେ କହିଥିଲେ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ନିଜ ଜୀବନକୁ ଦେଶର ସ୍ୱାଧୀନତା ପାଇଁ ଉତ୍ସର୍ଗ କରିଥିଲେ ,ସ୍ୱାଧୀନତା ପରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ନିଜର କୌଶଳ ଓ ଶକ୍ତି ବଳରେ ଦେଶକୁ ସଙ୍କଟ ପରିସ୍ଥିତିରୁ ବଞ୍ଚାଇଥିଲେ । ଦେଶକୁ ଏକତା ସୂତ୍ରରେ ବାନ୍ଧି ରଖିଥିଲେ।ଭାରତର ସ୍ୱାଧିନତା ସଂଗ୍ରାମରେ ତାଙ୍କ ଭୁମିକା ଗୁରୁତ୍ୱାପୁର୍ଣ ଥିଲା । ସ୍ୱାଧୀନ ଭାରତର ସେ ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଥିଲେ ।ସ୍ୱାଧୀନତା ସମୟରେ ଭାରତର ସମସ୍ତ ରାଜ୍ୟଗୁଡ଼ିକୁ ଏକାଠି କରିବା, ତାଙ୍କର ଦକ୍ଷତାର ପ୍ରମାଣ ଦିଏ । ତାଙ୍କର ଏହି ବଳିଷ୍ଠ ଅବଦାନ ନିମିତ୍ତ ତାଙ୍କୁ “ଲୌହ ମାନବ” ର ଉପାଧି ମିଳିଥିଲା ,ସେଥିପାଇଁ ସେ ଚୀର ନମସ୍ୟ ହୋଇରହିବେ । ଏହି ପଦଯାତ୍ରା ଆଜି ସକାଳ ୭ ଘଟିକା ସମୟରେ ଗଜପତି ଷ୍ଟାଡିୟମ୍ ଠାରୁ ବାହାରି ସହର ପରିକ୍ରମା କରାଯାଇ ଗଜପତି ଷ୍ଟାଡିୟମ୍ ଠାରେ ଶେଷ ହୋଇଥିଲା । ଉକ୍ତ ପଦଯାତ୍ରାରେ ସହରର ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ,ସହରର ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଓ ସ୍ଥାନୀୟ ଜନପ୍ରତିନିଧି ପ୍ରମୁଖ ସାମିଲ ହୋଇ ଥିଲେ। ଏହି ସମୟରେ କାର୍ଯ୍ୟକ୍ରମକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସ୍ଥାନୀୟ କଳାକାରମାନଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସେହିପରି ସ୍ଥାନୀୟ ଉତ୍ପାଦ ଦ୍ରବ୍ୟ ଗୁଡ଼ିକର ପ୍ରଦର୍ଶନ,ଏକ୍ ପେଡ୍ ମା କେ ନାମ୍ ବୃକ୍ଷ ରୋପଣ କାର୍ଯ୍ୟକ୍ରମ,ଏକ ଭାରତ-ଆତ୍ମନିର୍ଭର ଭାରତ କାର୍ଯ୍ୟକ୍ରମ ଇତ୍ୟାଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ ପରେ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ଏଥିରେ କୃତୀ ପ୍ରତିଯୋଗୀଙ୍କ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଫାଲଗୁନୀ ମାଝୀ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା, ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ,ଉପ-ଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା, ପ୍ରକଳ୍ପ ପ୍ରଶାସକ,ସମ୍ମାନିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିବା ବେଳେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ,ସ୍ଥାନୀୟ ବୁଦ୍ଧଜୀବୀ,ବଶିଷ୍ଠ ନାଗରିକ ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *