ମାର୍ଲବା ଘାଟିରେ ଏକ ହିଟାଚି ବୋଝଇ ଟ୍ରକ ମଙ୍ଗଳବାର ସନ୍ଧ୍ୟାରେ ଦୁର୍ଘଟଣାଗ୍ରସ୍ତ।

ଗଜପତି(ମନୋଜ ପାଢୀ) ଗଜପତି ଜିଲ୍ଲା ରାୟଗଡ଼ ଥାନା ଅଧିନ ମାର୍ଲବା ଘାଟିରେ ଏକ ହିଟାଚି ବୋଝଇ ଟ୍ରକ ମଙ୍ଗଳବାର ସନ୍ଧ୍ୟାରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡ଼ିଛି l ଦୁର୍ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବାବେଳେ ଦୁଇ ଜଣ ଗୁରୁତରଙ୍କୁ ଖଜୁରୀପଦା ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି ।ସୂଚନା ଅନୁସାରେ, ମଙ୍ଗଳବାର ସନ୍ଧ୍ୟାରେ ଆର. ଉଦୟଗିରି ପଟରୁ ଆନ୍ଧ୍ର ଅଭିମୁଖେ ଯାଉଥିବା ଏକ ହିଟାଚି ବୋଝେଇ ଟ୍ରକ ମାର୍ଲବା ଘାଟିରେ ଦୁର୍ଘଟଣା ପ୍ରବଣ ଅଞ୍ଚଳ ପାହାଡ଼କୁ ଭାରସାମ୍ୟ ହରାଇ ପିଟି ହୋଇଯାଇଥିଲା l ଫଳରେ ଟ୍ରକ୍ ଉପରେ ଲଦା ହୋଇଥିବା ହିଟାଚି ଡ୍ରାଇଭର କ୍ୟାବିନ ଉପରକୁ ମାଡ଼ିଯାଇ ଡ୍ରାଇଭରଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା l ଟ୍ରକରେ ବସିଥିବା ଅନ୍ୟ ଦୁଇ ଜଣ ଗୁରୁତର ହୋଇଥିବାରୁ ସେମାନଙ୍କୁ ନିକଟସ୍ଥ ଖଜୁରୀପଦା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା l ଘଟଣାସ୍ଥଳରେ ରାୟଗଡ଼ ପୁଲିସ, ରାୟଗଡ଼ ଓ ଅଗ୍ନିଶମବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ଜଣାପଡ଼ିଛି l

Leave a Reply

Your email address will not be published. Required fields are marked *