*ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜମି କ୍ରେତା-ବିକ୍ରେତାଙ୍କ ସମସ୍ୟାକୁ ଦୂର କରିବା ପାଇଁ ଓଡ଼ିଶା ସର୍ଭେ ଆଣ୍ଡ ସେଟଲମେଣ୍ଟ ରୁଲ୍ସର ସଂଶୋଧନ ପାଇଁ ଅନୁମୋଦନ ଦେଇଛନ୍ତି ।*

ଭୁବନେଶ୍ଵର:ବର୍ତ୍ତମାନ ପ୍ରାବଧାନ ଅନୁସାରେ ବନ୍ଦୋବସ୍ତ ପ୍ରକ୍ରିୟା (Settlement Operation) ପୂର୍ବରୁ କିଣିଥିବା ଜମିର ଜମି ପଟ୍ଟା (RoR)ବନ୍ଦୋବସ୍ତ ଅଧିକାରୀ (Settlement Officer) କ୍ରେତାଙ୍କ ନାମରେ କରନ୍ତି । କିନ୍ତୁ ଯଦି କୌଣସି କାରଣ ଯୋଗୁଁ ବନ୍ଦୋବସ୍ତ ପ୍ରକ୍ରିୟାରେ(Settlement Operation) ଏହି ଜମିପଟ୍ଟା କ୍ରେତାଙ୍କ ନାମରେ କରାଯାଇ ନ ଥାଏ, ତେବେ କ୍ରେତା ଏଥିପାଇଁ ରାଜସ୍ୱ ପର୍ଷଦ (Board of Revenue) ବା ଅନ୍ୟ କ୍ଷମତାପ୍ରାପ୍ତ ରିଭିଜନ କୋର୍ଟ (Revision Court)ରେ ଅପିଲ୍ କରିଥାନ୍ତି ।**ଅତ୍ୟଧିକ କାର୍ଯ୍ୟଭାର ଯୋଗୁଁ, ଏହି ଅପିଲ ଗୁଡ଼ିକ ବର୍ଷ ବର୍ଷ ଧରି ଫଇସଲା ନ ହୋଇ ପଡ଼ି ରହିଥାଏ । କିନ୍ତୁ, ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଅନୁମୋଦିତ ଉପରୋକ୍ତ ରୁଲ୍ ସଂଶୋଧନ ଦ୍ବାରା ବର୍ତ୍ତମାନ ଏପରି ମାମଲାରେ ଜମିପଟ୍ଟା କ୍ରେତାଙ୍କ ନାମରେ ରେକର୍ଡ଼ କରିବା ପାଇଁ ସଂପୃକ୍ତ ତହସିଲଦାରମାନେ କ୍ଷମତାପ୍ରାପ୍ତ ହେବେ । ଏହାଦ୍ବାରା ସଂପୃକ୍ତ କ୍ରେତାମାନେ ବନ୍ଦୋବସ୍ତ ପ୍ରକ୍ରିୟା (Settlement Operation) ପୂର୍ବରୁ ବୈଧ ଭାବେ କିଣିଥିବା ଜମିର ଜମିପଟ୍ଟା ନିଜ ନାମରେ କରିବା ପାଇଁ ସଂପୃକ୍ତ ତହସିଲଦାରଙ୍କ ପାଖରେ ଆବେଦନ କରିପାରିବେ । ସେମାନଙ୍କୁ ରାଜସ୍ବ ପର୍ଷଦ ବା ଅନ୍ୟ କ୍ଷମତାପ୍ରାପ୍ତ ରିଭିଜନ କୋର୍ଟରେ ଅପିଲ ବା ଆବେଦନ କରିବା ଆଉ ଦରକାର ହେବ ନାହିଁ ।*

Leave a Reply

Your email address will not be published. Required fields are marked *