ଟିକାବାଲି କଲେଜରେ ଜିଲ୍ଲା ସ୍ତରୀୟ ଯୁବ ନେତୃତ୍ବ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ

ଟିକାବାଲି କଲେଜରେ ଜିଲ୍ଲା ସ୍ତରୀୟ ଯୁବ ନେତୃତ୍ବ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ
Spread the love

ଟିକାବାଲି କଲେଜରେ ଜିଲ୍ଲା ସ୍ତରୀୟ ଯୁବ ନେତୃତ୍ବ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ

କନ୍ଧମାଳ:- (ରିପୋର୍ଟ କୁନା ଦିଗାଲ )କନ୍ଧମାଳ ଜିଲ୍ଲା ଟିକାବାଲି ଏ.ଏମ୍.ସି.ଏସ୍. ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ତରଫରୁ ଜିଲ୍ଲା ସ୍ତରୀୟ ଯୁବ ନେତୃତ୍ବ ପ୍ରଶିକ୍ଷଣ ଶିବିର ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତି ଙ୍କ ସଭାପତିତ୍ୱ ଅନୁଷ୍ଠିତ ହୋଇ ଯାଇଛି । ଶିବିର କୁ ଉଦଘାଟନ ଭକରିଥିଲେ ଟିକାବାଲି ବ୍ଲକ ର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ବିଷ୍ଣୁ ଗୋବିନ୍ଦ ସେ ସେବାର ମହତ୍ୱ ଉପରେ ଆଲୋଚନା କରିଥିଲେ ।

ମୁଖ୍ୟ ଅତିଥି ଭାବେ ଫୁଲବାଣୀ ସରକାରୀ ସ୍ୱୟଂ ଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ସୁବାସ ଚନ୍ଦ୍ର ପ୍ରଧାନ ଯୋଗ ଦେଇ ଯୁବକମାନେ ନେତୃତ୍ବ ନ ନେଲେ ସୁସ୍ଥ ସମାଜ ଗଠନ ହୋଇପାରିବ ନାହିଁ ବୋଲି ଶିବିରାର୍ଥୀ ମାନଙ୍କୁ ପରାମର୍ଶ ଦେଇଥିଲେ । ମୁଖ୍ୟ ବକ୍ତା ଭାବେ କନ୍ଧମାଳ ଜିଲ୍ଲା ଜାତୀୟ ସେବା ଯୋଜନା ଅଧିକାରୀ ଡ଼ଃ ନଳିନୀ କୁମାର ପାଣିଗ୍ରାହୀ ଯୋଗ ଦେଇ ଯୁବ ବ୍ୟକ୍ତିତ୍ୱର ବିକାଶ ନ ଘଟିଲେ ରାଷ୍ଟ୍ରର ବିକାଶ ହୋଇ ପାରିବ ନାହିଁ ବୋଲି ମତବ୍ୟକ୍ତ କରିଥିଲେ । ସମ୍ମାନିତ ଅତିଥି ତଥା ପ୍ରଶିକ୍ଷକ ଭାବେ ଡ଼ଃ ବି. ଗୋବିନ୍ଦ ରାଓ ପ୍ରାଥମିକ ଚିକିତ୍ସା ଏବଂ ପ୍ରାକ୍ତନ ପ୍ରାଧ୍ୟାପକ ଲୋକନାଥ ମହାନ୍ତି ସଡକ ସୁରକ୍ଷା ଉପରେ ପ୍ରଶିକ୍ଷଣ ଦେଇ ସ୍ବେଛାସେବୀଙ୍କୁ ସଚେତନ କରିଥିଲେ ।

ବ୍ରହ୍ମପୁରରୁ ଆସିଥିବା ସହାୟତା ଗଙ୍ଗା ଅନୁଷ୍ଠାନ ର ପ୍ରତିଷ୍ଠାତା କିରଣଜୀ ଏବଂ ପୁଜା ସାହୁ ଯୋଗ ଦେଇ ଆଧ୍ୟାତ୍ମିକ ଚେତନା ଦ୍ୱାରା ହିଁ ଯୁବ ଶକ୍ତିର ବିକାଶ ହୋଇ ପାରିବ ବୋଲି ଆଲୋଚନା କରିଥିଲେ । ଏହି କାର୍ଯ୍ୟକ୍ରମ ଆସନ୍ତା ତିନି ଦିନ ଧରି ଚାଲିବ । ପ୍ରୋଗ୍ରାମ ଅଫିସର ଜ୍ଞାନରଞ୍ଜନ ଭୋଇ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବାବେଳେ ଅଧ୍ୟାପକ ବନମାଳୀ ବେହେରା ଅତିଥି ପରିଚୟ ପ୍ରଦାନ କରିଥିଲେ ଓ ପ୍ରୋଗ୍ରାମ ଅଫିସର ଅଧ୍ୟାପିକା ଚମ୍ପା ସୋରେନ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ୧୩ ଟି ମହାବିଦ୍ୟାଳୟର ୧୨୦ ଜଣ ସ୍ବେଛାସେବୀ ଓ ପ୍ରୋଗ୍ରାମ ଅଫିସର ଯୋଗ ଦେଇ ଥିଲେ । ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଏ.ଏମ୍.ସି.ଏସ୍. ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ , ଅଧ୍ୟାପିକା ଓ କର୍ମଚାରୀ ସହଯୋଗ କରିଥିଲେ ।