ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ।

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ।

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ।

ଗଜପତି,୨୯.୧୨.୨୦୨୫(ମନୋଜ ପାଢ଼ୀ)ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ହାଡୁଭଙ୍ଗି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ଓ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ଶ୍ରୀ ଅନୁପ ପଣ୍ଡା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।କାର୍ଯ୍ୟକ୍ରମରେ ହାଡୁଭଙ୍ଗି ଗ୍ରାମ ପଞ୍ଚାୟତ ସମେତ , କିଡିଗାଁ , ଖାରଡ଼ା ଓ କେ.ସିତାପୁର ଗ୍ରାମ ପଞ୍ଚାୟତର ମୋଟ-୪୨ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା -୨୩ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା- ୧୯ ଗୋଟି ଅଭିଯୋଗ ଆସିଥିଲା । ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଧେଶ ଦିଆ ଯାଇଥିଲା ।

ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।ଆଜିର ଏହି ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଡମ୍ବରୁଧର ମଲ୍ଲିକ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ ଅଲ୍ଲୀ , ତହସିଲଦାର,ସ୍ଥାନୀୟ ସମସ୍ତ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଓ ବ୍ଲକ୍ ସ୍ତରୀୟ ଅଧିକାରୀ ଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।