ବରଗଡ଼: ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ଶୁକ୍ରବାର ଠାରୁ ଆରମ୍ଭ ହୋଇଯାଇଛି। ଧନୁଯାତ୍ରା ମହୋତ୍ସବ ସମିତି ପକ୍ଷରୁ ଆୟୋଜିତ ଏହି ମହୋତ୍ସବ ହାଟପଦାସ୍ଥିତ ରାଜଦରବାରରେ ଉଦ୍ଘାଟନ ହୋଇଛି। ଏଥି ସହିତ ୧୧ ଦିନ ଚାଲିବାକୁ ଥିବା ଧନୁଯାତ୍ରାରେ ମହାରାଜ କଂସଙ୍କ ରାଜୁତି ଆରମ୍ଭ ହୋଇଯାଇଛି। ଦ୍ବାପରଯୁଗରେ ଭଗବାନ କୃଷ୍ଣ କରିଥିବା ଲୀଳାଖେଳାକୁ ଆଧାର କରି ପୌରାଣିକ କଥାବସ୍ତୁ ଉପରେ ବରଗଡ଼କୁ ମଥୁରାନଗରୀ ଭାବେ ଉପସ୍ଥାପନା କରାଯାଇଛି। ସେହିପରି ଅମ୍ବାପାଲି ଗୋପପୁରରେ ପରିଣତ ହୋଇଛି। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ କଂସଙ୍କ ଅଟ୍ଟହାସ୍ୟ ଓ ଆଦେଶରେ ଥରହର ମଥୁରାନଗରୀ ହେବ। ଧନୁଯାତ୍ରା ପାଇଁ ଲୋକଙ୍କ ମନରେ ଉତ୍ସାହ ଦେଖାଯାଇଛି।
Related Posts
ବିନା କୋଚିଂରେ ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା କନ୍ଧମାଳ ଛାତ୍ରୀ ଲିନସାଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
ବିନା କୋଚିଂରେ ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା କନ୍ଧମାଳ ଛାତ୍ରୀ ଲିନସାଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ,…
୧ କିମି ଦୂରରେ ଥିବା ନଳକୂପ, କେ.ସୀତାପୁର ଗ୍ରାମବାସୀଙ୍କ ଏକମାତ୍ର ଭରଷା
୧ କିମି ଦୂରରେ ଥିବା ନଳକୂପ, କେ.ସୀତାପୁର ଗ୍ରାମବାସୀଙ୍କ ଏକମାତ୍ର ଭରଷାଗଜପତି -୨୨/୫/୨୦୨୪( ମନୋଜ କୁମାର ପାଢ଼ୀ):ଗଜପତି ଜିଲ୍ଲାର କାଶୀନଗର ବ୍ଲକ ଅନ୍ତର୍ଗତ କେ ସୀତାପୁର ଗ୍ରାମର…
ବଢ଼ିଲା ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା
ବଢ଼ିଲା ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା ଭୁବନେଶ୍ୱର: ଓଡ଼ିଶାରେ ବଢ଼ିଲା ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା।୨୦ ହଜାର ଟଙ୍କା ହେଲା ସଂଗ୍ରାମୀଙ୍କ ଭତ୍ତା।୧୦ ହଜାରରୁ ବଢ଼ି ୨୦ ହଜାର ହେଲା…