ସ୍ବାମୀ ବିବେକାନନ୍ଦ ଜୟନ୍ତୀ ଯୁବା ଦିବସ ପାଳନ ଅନୁଷ୍ଠିତ ହୋଇଯାଇଛି।

ସ୍ବାମୀ ବିବେକାନନ୍ଦ ଜୟନ୍ତୀ ଯୁବା ଦିବସ ପାଳନ ଅନୁଷ୍ଠିତ ହୋଇଯାଇଛି।

ସ୍ବାମୀ ବିବେକାନନ୍ଦ ଜୟନ୍ତୀ ଯୁବା ଦିବସ ପାଳନ ଅନୁଷ୍ଠିତ ହୋଇଯାଇଛି।

ବରଗଡ – (ଭବାନୀ ଶଙ୍କର ପାଢ଼ୀ) ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ସ୍ବାମୀ ବିବେକାନନ୍ଦ ଜୟନ୍ତୀ(ଯୁବା ଦିବସ)ପ୍ରଧାନ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି।ଏହି ଅବସରରେ ମାନନୀୟ ଶ୍ରୀଯୁକ୍ତ ଲକ୍ଷ୍ମୀକାନ୍ତ ମେହେର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଦୀପ ପ୍ରଜ୍ବଳନ ପୂର୍ବକ ସମସ୍ତଙ୍କ ଶୁଭ ମନାସି ଥିଲେ ଓ ଶିଶୁ ମାନଙ୍କୁ ଉତ୍ତମ ନାଗରିକ ହେବାପାଇଁ ମାର୍ଗଦର୍ଶନ ଦେଇଥିଲେ।

ମୁଖ୍ୟ ବକ୍ତା ଭାବେ ଶ୍ରୀମତୀ ଭାର୍ଗବୀ ପ୍ରଧାନ ସ୍ବାମୀ ବିବେକାନନ୍ଦଙ୍କ ବିଷୟରେ ବକ୍ତବ୍ୟ ପ୍ରଦାନ କରି ଶିଶୁ ମାନଙ୍କୁ ଯୁବା ଦିବସ ବିଷୟରେ ମାର୍ଗଦର୍ଶନ ଦେଇଥିଲେ।ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ମକୁନ୍ଦ ମହାରଣା ସ୍ବାଗତ ଭାଷଣ ତଥା ଅତିଥି ଅଧିକାରୀଙ୍କର ପରିଚୟ ପ୍ରଦାନ କରିଥିଲେ।ଶିଶୁ ଭାଇ ,ଭଉଣୀ,ଆଚାର୍ଯ୍ୟ, ଆଚାର୍ଯ୍ୟା,ସେବିକ ଓ ଅଭିଭାବକ ମାନେ ବନ୍ଦେ ମାତରମ୍ ଗାନ କରିଥିଲେ।କାର୍ଯ୍ୟକ୍ରମକୁ ଶ୍ରୀମାନ୍ ତାପସ ଭୋଇ ପରିଚାଳନା କରିଥିବାବେଳେ ଶ୍ରୀମତୀ ଶ୍ରୁତି ନାଏକ ଧନ୍ୟବାଦ ଅର୍ପଣ କରିଥିଲେ। ଶିଶୁ ଭାଇ ଭଉଣୀ ମାନେ ଯୁବା ଦିବସ ବିଷୟରେ ବକ୍ତବ୍ୟ ରଖିଥିଲେ।ବିଦ୍ୟାଳୟର ସମସ୍ତ ଗୁରୁମା ଗୁରୁଜୀ କାର୍ଯ୍ୟକ୍ରମକୁ ସହଯୋଗ କରିଥିଲେ।