ଫେବୃୟାରୀ ୩ ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ଆଗାମୀ ଫେବୃୟାରୀ ୩ ତାରିଖ (ସୋମବାର)ରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜାନୁଆରୀ ୩୧ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ ଏବଂ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ । ଏଥିନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ । ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Related Posts
ଆଦର୍ଶ ଆଚରଣବିଧି ଉଲ୍ଲଂଘନ ସଂକ୍ରାନ୍ତୀୟ ଅଭିଯୋଗ ଉପରେ କାର୍ଯ୍ୟାନୁଷ୍ଠାନ
ଆଦର୍ଶ ଆଚରଣବିଧି ଉଲ୍ଲଂଘନ ସଂକ୍ରାନ୍ତୀୟ ଅଭିଯୋଗ ଉପରେ କାର୍ଯ୍ୟାନୁଷ୍ଠାନ ଭୁବନେଶ୍ୱର:( Abhishek Mohanty) ଦେଶରେ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ ପାଇଁ ଆଦର୍ଶ ଆଚରଣ ବିଧି ଲାଗୁହେବା ପରଠାରୁ…
India got its first gold in archery.. Paris Paralympic 2024.
Harvinder Singh is the first Archery player of india to play in the final . he created history in the…
ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ
ବଜ୍ରପାତରେ ୩ ଜଣଙ୍କ ମୃତ୍ୟୁ ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ସ୍ଥାନରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ହୋଇଛି। କନ୍ଧମାଳ ଜିଲ୍ଲା ଫୁଲବାଣୀ ଟିକାବାଲି ଥାନା ଛତିଘର ଗାଁରେ…