*ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।*
ଗଜପତି,୨.୩(ମନୋଜ ପାଢ଼ୀ):- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ମୁନୀଦ୍ର ହୋନନାଗା, ଆରକ୍ଷୀ ଅଧିକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା, ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ଅଂଶୁମାନ ମହାପାତ୍ର ଅଭିଯୋଗ ଶୁଣାଣୀ କରିଥିଲେ। ଆଜିର ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ-୯୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୮୨ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା – ୧୪ ଗୋଟି ଅଭିଯୋଗ ଆସିଥିଲା । ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ରେ ଗୋଷାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗୋର ଚନ୍ଦ୍ର ପଟ୍ଟନାୟକ ,ସ୍ଥାନୀୟ ତହସିଲଦାର ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ।
