ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ଭୁବନେଶ୍ୱର: ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଉତ୍ତମ ମହାନ୍ତି ଥିଲେ ଓଡ଼ିଆ ସିନେ ଜଗତର ଧ୍ରୁବ ତାରା ସଦୃଶ। ଦୀର୍ଘ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ସେ ଓଡ଼ିଆ ସିନେମା ଜଗତର ଥିଲେ ଅପ୍ରତିଦ୍ଵନ୍ଦୀ ନାୟକ। ଓଡ଼ିଆ କଳା ଜଗତର ସେ ଥିଲେ ଆଇକନ। ଓଡ଼ିଆ ସହିତ ଅନେକ ବଙ୍ଗାଳୀ ଓ ଏପରିକି ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରି ସେ ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ଏକ ଉଚ୍ଚ ସ୍ତରକୁ ନେଇଥିଲେ। ତାଙ୍କ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।ପରଲୋକ ଗତ ଆତ୍ମାର ସଡଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ର ପରିବାର ବର୍ଗଙ୍କ ପାଇଁ ସମ ବେଦନା ପ୍ରକାଶ କରିଛନ୍ତି
Related Posts

ନଭେମ୍ବର ୨୧ରୁ ଧାନକିଣା
ନଭେମ୍ବର ୨୧ରୁ ଧାନକିଣା ଭୁବନେଶ୍ୱର: ଓଡ଼ିଶାର ବରଗଡ଼ ଜିଲ୍ଲାରୁ ଆରମ୍ଭ ହେବ ଖରିଫ ଧାନକିଣା।କୁଇଣ୍ଟାଲ ୩୧୦୦ ଟଙ୍କାରେ ଧାନ କିଣିବେ ରାଜ୍ୟ ସରକାର। ଧାନକିଣା ନଭେମ୍ବର ୨୧…

ମହାତ୍ମା ଗାନ୍ଧିଙ୍କ ୧୫୫ ତମ ଜୟନ୍ତୀ ଏବଂ ସ୍ବଚ୍ଛ ଭାରତ ଅଭିଯାନର ୧୦ ବର୍ଷ ପୂର୍ତ୍ତି ପାଳନ ଅବସରରେ ‘ସଫେଇ କର୍ମଚାରୀ ସମ୍ମାନ କାର୍ଯ୍ୟକ୍ରମ’
ମହାତ୍ମା ଗାନ୍ଧିଙ୍କ ୧୫୫ ତମ ଜୟନ୍ତୀ ଏବଂ ସ୍ବଚ୍ଛ ଭାରତ ଅଭିଯାନର ୧୦ ବର୍ଷ ପୂର୍ତ୍ତି ପାଳନ ଅବସରରେ ‘ସଫେଇ କର୍ମଚାରୀ ସମ୍ମାନ କାର୍ଯ୍ୟକ୍ରମ’ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ…

ବାତ୍ୟା ମୁକାବିଲାରେ ସରକାର ସମ୍ପୂର୍ଣ୍ଣ ସଫଳ, ଜିରୋ କାଜୁଆଲ୍ଟି ଲକ୍ଷ୍ୟ ହାସଲ: ମୁଖ୍ୟମନ୍ତ୍ରୀ
ବାତ୍ୟା ମୁକାବିଲାରେ ସରକାର ସମ୍ପୂର୍ଣ୍ଣ ସଫଳ, ଜିରୋ କାଜୁଆଲ୍ଟି ଲକ୍ଷ୍ୟ ହାସଲ: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ…