ଶିକାର କରିବାକୁ ଯାଇଥିଲେ ନିଜ ବନ୍ଧୁକରେ ଗଲା ଜୀବନ ଆର,ଉଦୟଗିରି(ମନୋଜ କୁମାର ପାଢୀ ନିଜ ବନ୍ଧୁକରୁ ଗୋଳି ଫୁଟି ଶିକାରୀଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୋହନା ଥାନା ଅନ୍ତର୍ଗତ କୁଙ୍କୁଣୀ ପଦାସାହି ଗାଁ ନିକଟରେ। ମୃତକ ଜଣକ ରାୟଗଡ଼ ଥାନା ସିନ୍ଧିବା ଗାଁର ହରିଶ୍ଚନ୍ଦ୍ର ଭୂୟାଁ। ଗତଦୁଇ ମାସ ହେବ କୁଙ୍କୁଣି ପଦା ସାହି ଗାଁରେ ରହି ଖଜୁରୀ ତାଡ଼ି ସଂଗ୍ରହ କରି ବିକ୍ରି କରୁଥିଲେ। ଶୁକ୍ରବାର ସାରେ ମୃତ ହରିଶ୍ଚନ୍ଦ୍ର ଓ ଗାଁର କିଛି ଲୋକ ଜଙ୍ଗଲକୁ ଦେଶୀ ବନ୍ଧୁକ ନ଼େଇ ଶିକାର କରିବାକୁ ଯାଇଥିବା ବେଳେ ଗୋଳି ଫୁଟି ହରିଶ୍ଚନ୍ଦ୍ରଙ୍କ ମୃତ୍ୟୁ ଘଟିଛି। ପାହାଡ଼ ତଳେ ମୃତ ଶରୀର ପଡ଼ିଥିବା ବେଳେ ଘଟଣାସ୍ଥଳରେ ଦେଶୀ ବନ୍ଧୁକ ଓ ଗୁଳି ବାରୁଦ ପଡ଼ି ରହିଛି। ତେବେ ନିଜ ଗୁଳି ଫୁଟି ହରିଚନ୍ଦ୍ରଙ୍କ ମୃତ୍ୟୁଘଟିଛି, କି ଅନ୍ୟ କିଛି ରହସ୍ୟ ରହିଛି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ମୃତକଙ୍କ ଭିଣୋଇ ଓ ଗାଁ ର ଜଣେ ବ୍ୟକ୍ତିଙ୍କୁ ଅଟକ ରଖି ପଚାର ଉଚରା କରୁଛି।
Related Posts

ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ରେ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ଠାରୁ ମୁକ୍ତେଶ୍ୱର ମନ୍ଦିର ପର୍ଯ୍ୟନ୍ତ ପଦଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ
‘ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ରେ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ଠାରୁ ମୁକ୍ତେଶ୍ୱର ମନ୍ଦିର ପର୍ଯ୍ୟନ୍ତ ପଦଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ…

ଲୀଳାବତୀ ହସ୍ପିଟାଲର ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନ
ନୂଆଦିଲ୍ଲୀ: ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କୁ ତାଙ୍କ ମୁମ୍ବାଇର ବାନ୍ଦ୍ରାସ୍ଥିତ ଘରେ ଆକ୍ରମଣକାରୀ ଛୁରାମାଡ଼ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଏହି ଘଟଣାକୁ ଗମ୍ଭୀରତା ସହ…

ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଅନ୍ତରୀଣ ଜାମିନ
ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଅନ୍ତରୀଣ ଜାମିନ ଖୋର୍ଦ୍ଧା: ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଅନ୍ତରୀଣ ଜାମିନ୍ ମିଳିଛି।୩ ଦିନ ପାଇଁ ଅନ୍ତରୀଣ ଜାମିନ ଦେଲେ ଏଡିଜେ-୧ କୋର୍ଟ।୯, ୧୦…