ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ 

 ରାୟଗଡ ( info media)ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲାସଦର ମହକୁମାସ୍ଥିତ ଜିଲ୍ଲା ପରିଷଦ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ରାୟଗଡ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶୁଣାଣି ଶିବିରରେ , ଜିଲ୍ଲା ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଗୋସେନ ବାର୍ଲା, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ଵି ସରୋଜିନୀ ଦେବୀ, ପ୍ରକଳ୍ପ ପ୍ରଶାସକ ତଥା ସମନ୍ବିତ ଆଦିବାସୀ ଉନ୍ନୟନ ଅଧିକାରୀ ଶ୍ରୀ ଚନ୍ଦ୍ରକାନ୍ତ ମାଝୀ ଓ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l  ଆଜି ମୋଟ ୬୮ ଟି ଅଭିଯୋଗ ଜିଲ୍ଲାପାଳଙ୍କ ପାଖକୁ ଆସିଥିଲା । ସେଥି ମଧ୍ୟରୁ ୫୩ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୫ଗୋଟି ଗ୍ରାମବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା। ଅତିରିକ୍ତ ଜିଲ୍ଲାପାଳ ଆଜିର ଅଭିଯୋଗ ଗୁଡିକୁ ପାଇଲା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ ।ରାୟଗଡ ରୁ ଅମୁଲ୍ୟ ନିଶଙ୍କ ଙ୍କ ରିପୋର୍ଟ