ରାମନାଗୁଡ଼ା ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା.

ରାମନାଗୁଡ଼ା ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା.

ରାମନାଗୁଡ଼ା ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା.

ରାୟଗଡ : ରାୟଗଡ଼ ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣୀ ଆଜି ରାମନାଗୁଡ଼ା ବ୍ଲକ ଗସ୍ତ କରି ବିଭିନ୍ନ ସରକାରୀ ଉନ୍ନୟନମୂଳକ କାର୍ଯ୍ୟର ଅନୁଧ୍ୟାନ କରିବା ସହ ଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗ ଦେଇଛନ୍ତି। ଜନସାଧାରଣଙ୍କ ସମସ୍ୟାର ସମାଧାନ ଏବଂ ସରକାରୀ ଯୋଜନାର ସଠିକ୍ ରୂପାୟନକୁ ତ୍ୱରାନ୍ୱିତ କରିବା ଏହି ଗସ୍ତର ମୁଖ୍ୟ ଉଦ୍ଦେଶ୍ୟ ଥିଲା।ବ୍ଲକ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଏହି ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲାପାଳଙ୍କ ସମେତ ଜିଲ୍ଲା ସ୍ତରୀୟ ବହୁ ଅଧିକାରୀ ଉପସ୍ଥିତ ଥିଲେ। ଏହି ଶିବିରରେ ବ୍ଲକର ବିଭିନ୍ନ ପଞ୍ଚାୟତରୁ ଆସିଥିବା ଜନସାଧାରଣ ସେମାନଙ୍କର ବ୍ୟକ୍ତିଗତ ତଥା ଗୋଷ୍ଠୀଗତ ସମସ୍ୟା ବିଷୟରେ ଜିଲ୍ଲାପାଳଙ୍କୁ ଅବଗତ କରାଇଥିଲେ।ଅଭିଯୋଗ ଶୁଣାଣି ପରେ ଜିଲ୍ଲାପାଳ ବ୍ଲକ ଅଞ୍ଚଳରେ ଚାଲିଥିବା ବିଭିନ୍ନ ବିକାଶମୂଳକ ପ୍ରକଳ୍ପ ବୁଲି ଦେଖିଥିଲେ। ପ୍ରଥମେ ରାମନାଗୁଡା ରେ ନିର୍ମାଣଧୀନ ବସ୍ ଷ୍ଟାଣ୍ଡ ପରିଦର୍ଶନ ରେ ଯାଇ ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ଏବଂ ଉଚ୍ଚ ଗୁଣବତ୍ତା ରକ୍ଷା କରି ଶେଷ କରିବାକୁ ସେ ଗୁରୁତ୍ୱାରୋପ କରିଥିଲେ।ଏହା ପରେ ନିର୍ମାଣଧୀନ ଏକଲବ୍ୟ ଆଦର୍ଶ ବିଦ୍ୟାଳୟ ପରିଦର୍ଶନ କରିଥିଲେ।ବିଦ୍ୟାଳୟ ,ଛାତ୍ରାବାସ ଓ ଛାତ୍ରୀ ନିବାସ ର ଆବଶ୍ୟକୀୟ ଭିତ୍ତଭୂମି ତଦାରଖ କରିବା ପରେ ନିର୍ମାଣ ଦାୟିତ୍ୱ ରେ ଥିବା ସଂସ୍ଥା ଙ୍କୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଏବଂ ଉଚ୍ଚ ଗୁଣବତ୍ତା ରକ୍ଷା କୁ ପ୍ରାଥମିକତା ଦେଇ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ।ଜିଲ୍ଲାପାଳ ଙ୍କ ପରିଦର୍ଶନ ସମୟରେ ଗୁଣପୁର ଉପ ଜିଲ୍ଲାପାଳ ଅଭିଷେକ ଦୁଧାଲ, ରାମନାଗୁଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରଦ୍ୟୁମ୍ନ ମଣ୍ଡଳ,ତହସିଲଦାର ପ୍ରାଣକୃଷ୍ଣ ପାଣିଗ୍ରାହୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ହରେକୃଷ୍ଣ ପଣ୍ଡା ,ମଙ୍ଗଳ ସଂପ୍ରସାରଣ ଅଧିକାରୀ ସୁସ୍ମିତା ରଥ ,ପ୍ରମୁଖ ଅଧିକାରୀମାନେ ଉପସ୍ଥିତ ଥିଲେ।ରାୟଗଡ଼ ରୁ ଅମୁଲ୍ୟ ନିଶଙ୍କ ଙ୍କ ରିପୋର୍ଟ