ତ୍ରିଦିବସୀୟ ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ ହୋଇଯାଇଛି।

ତ୍ରିଦିବସୀୟ ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ ହୋଇଯାଇଛି।

ତ୍ରିଦିବସୀୟ ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା ଅନୁଷ୍ଠିତ ହୋଇଯାଇଛି।

ବରଗଡ – (ଭବାନୀ ଶଙ୍କର ପାଢ଼ୀ) ଅଦ୍ଯ ତା.୦୧-୦୫-୨୦୨୬ରିଖ ବୈଶାଖ ପୂର୍ଣ୍ଣିମା ଶୁକ୍ରବାର ଦିନ ବରଗଡ଼ ଜିଲ୍ଲା ଭେଡେନ ଥାନା ଅନ୍ତର୍ଗତ ଭେଡେନ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ “ତ୍ରିଦିବସୀୟ ସାମୂହିକ ଆଚାର୍ଯ୍ୟ କାର୍ଯ୍ୟଶାଳା” ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମାନନୀୟ ଶ୍ରଯୁକ୍ତ ଡା.ସତ୍ୟସାଇ ନାଏକ(ସହ ସଂଘଚାଳକ, RSS ବରଗଡ଼ ଜିଲ୍ଲା) ଯୋଗ ଦେଇ ଦୀପ ପ୍ରଜ୍ବଳନ ପୂର୍ବକ ସମସ୍ତଙ୍କର ଶୁଭ କାମନା କରି” ପଞ୍ଚ କୋଷାତ୍ମକ ବ୍ୟକ୍ତିତ୍ବ ବିକାଶ ଓ ଜ୍ଞାନାର୍ଜନ ପ୍ରକ୍ରିୟା”ବିଷୟରେ ବକ୍ତବ୍ୟ ପ୍ରଦାନ କରି ଗୁରୁଜୀ ଗୁରୁମା ମାନଙ୍କୁ ମାର୍ଗଦର୍ଶନ ଦେଇଥିଲେ। ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଅଶ୍ବିନୀ କୁମାର ବାରିକ ଅତିଥି ଅଧିକାରୀ ମାନଙ୍କର ପରିଚୟ ପ୍ରଦାନ କରିଥିଲେ।ସଂପାଦକ ଶ୍ରୀଯୁକ୍ତ ଗୋବିନ୍ଦ ଚନ୍ଦ୍ର ଶତପଥୀ ସ୍ବାଗତ ଭାଷଣ ପରିବେଷଣ କରିଥିଲେ।ସଂକୁଳ ପ୍ରମୁଖ ଡ.ବିବେକାନନ୍ଦ ପଣ୍ଡା କାର୍ଯ୍ୟଶାଳାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ସହ ଜିଲ୍ଲା ପ୍ରମୁଖ ଶ୍ରୀଯୁକ୍ତ ଅଶ୍ବିନୀ କୁମାର ଦାଶ ଗୁରୁମା ଗୁରୁଜୀଙ୍କୁ ମାର୍ଗଦର୍ଶନ ଦେଇଥିଲେ। ସଭାପତି ଶ୍ରୀଯୁକ୍ତ ରାମଚନ୍ଦ୍ର ସାହୁ ଆଶୀର୍ବଚନ ପ୍ରଦାନ କରିଥିଲେ।ଶ୍ରୀଯୁକ୍ତ ମକୁନ୍ଦ ମହାରଣା କାର୍ଯ୍ୟକ୍ରମକୁ ସଂଯୋଜନା ତଥା ପରିଚାଳନା କରିଥିବା ବେଳେ ଶ୍ରୀଯୁକ୍ତ ଶଙ୍କର୍ଷଣ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ସ୍ଥାନୀୟ ବିଦ୍ୟାଳୟର ଗୁରୁମା ମାନେ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ସଂକୁଳ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟରୁ ଗୁରୁମା, ଗୁରୁଜୀ,ପ୍ରଧାନ ଆଚାର୍ଯ୍ୟ ମାନେ ଯୋଗ ଦାନ କରିଥିଲେ।ଉକ୍ତ କାର୍ଯ୍ୟକ୍ରମକୁ ଶ୍ରୀଯୁକ୍ତ ବଳିଷ୍ଠ ଦେହେରୀ, ଶ୍ରୀଯୁକ୍ତ ଶିବାନନ୍ଦ ଦାଶ,ଶ୍ରୀଯୁକ୍ତ ଭୋଜରାଜ ଦୁଆନ,ଶ୍ରୀଯୁକ୍ତ ଅଶୋକ କୁମାର ଧର,ଶ୍ରୀଯୁକ୍ତ ନରେନ୍ଦ୍ର ରଣା, ଶ୍ରୀଯୁକ୍ତ ଶଙ୍କର୍ଷଣ ମିଶ୍ର,ଶ୍ରୀଯୁକ୍ତ ମକୁନ୍ଦ ମହାରଣା, ଶ୍ରୀଯୁକ୍ତ କ୍ଷୀରେନ୍ଦ୍ର ରଣା ,ସେବକ, ସେବିକା ସାହାଯ୍ୟ ଓ ସହଯୋଗ କରିଥିଲେ।