ହାତୀ ଆକ୍ରମଣରେ ଯୁବକ ଗୁରୁତର, ଅଞ୍ଚଳରେ ଭୟର ପରିବେଶ

ହାତୀ ଆକ୍ରମଣରେ ଯୁବକ ଗୁରୁତର, ଅଞ୍ଚଳରେ ଭୟର ପରିବେଶ

ହାତୀ ଆକ୍ରମଣରେ ଯୁବକ ଗୁରୁତର, ଅଞ୍ଚଳରେ ଭୟର ପରିବେଶ

ଦେବଗଡ଼ : ଦେବଗଡ଼ ଜିଲ୍ଲା ତିଲେଇବଣି ବ୍ଲକ ଅନ୍ତର୍ଗତ ଦନାର୍ଦନପାଲି ଗ୍ରାମରେ ଆଜି ସକାଳେ ଏକ ଜଙ୍ଗଲୀ ହାତୀ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଆହତ ଯୁବକ ହେଲେ କିରାତ ନାୟକ।ସୂଚନା ଅନୁଯାୟୀ, କିରାତ ଆଜି ସକାଳ ସମୟରେ ଗାଁ ପୋଖରୀ ନିକଟକୁ ଶୌଚ ପାଇଁ ଯାଇଥିବା ବେଳେ ହଠାତ୍ ଏକ ଜଙ୍ଗଲୀ ହାତୀ ସହିତ ସମ୍ମୁଖୀନ ହୋଇଥିଲେ। ହାତୀଟି ହଠାତ୍ ତାଙ୍କୁ ଆକ୍ରମଣ କରିବାରୁ ସେ ଗୁରୁତର ଭାବେ ଆହତ ହୋଇଥିଲେ। ତାଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ଘଟଣାସ୍ଥଳକୁ ପହଞ୍ଚି ତାଙ୍କୁ ଉଦ୍ଧାର କରିଥିଲେ।ପରେ ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ସେଠାରେ ବର୍ତ୍ତମାନ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ସ୍ୱାସ୍ଥ୍ୟ ସ୍ଥିତି ସ୍ଥିର ଥିବା ସୂଚନା ମିଳିଛି।ଘଟଣା ପରେ ସମଗ୍ର ଅଞ୍ଚଳରେ ଭୟର ପରିବେଶ ସୃଷ୍ଟି ହୋଇଛି। ବନ ବିଭାଗ ପକ୍ଷରୁ ହାତୀର ଗତିବିଧି ଉପରେ ନଜର ରଖାଯାଉଥିବା ବେଳେ ଗ୍ରାମବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଉଲ୍ଲେଖଯୋଗ୍ୟ ଯେ, ଏହି ଅଞ୍ଚଳରେ ଦିନକୁ ଦିନ ହାତୀ ଉପଦ୍ରବ ବୃଦ୍ଧି ପାଉଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଆତଙ୍କ ବଢ଼ିବାରେ ଲାଗିଛି। ଗଣେଶ ପାଣିଗ୍ରାହୀ ରିପୋର୍ଟ