କୋରାପୁଟ ଜିଲ୍ଲାରେ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ

କୋରାପୁଟ ଜିଲ୍ଲାରେ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ

କୋରାପୁଟ ଜିଲ୍ଲାରେ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ

କୋରାପୁଟ, ତା. _07_06_ : ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ କୋରାପୁଟ ଜିଲ୍ଲା ଗସ୍ତ ଅବସରରେ ଆଜି ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଯୋଜନା ଅଧୀନରେ ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇ ତିନୋଟି ଶିକ୍ଷାନୁଷ୍ଠାନର ଶିଳାନ୍ୟାସ କରିଛନ୍ତି।ଏହି ଅବସରରେ ମାଛକୁଣ୍ଡଠାରେ ସରକାରୀ ଉଚ୍ଚ ବିଦ୍ୟାଳୟ, ମାତାମପୁଟଠାରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ପେଟାଠାରେ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶିଳାନ୍ୟାସ କରାଯାଇଛି।ଏହି ପଦକ୍ଷେପ ଦ୍ୱାରା ଜିଲ୍ଲାରେ ଶିକ୍ଷାର ଭିତ୍ତିଭୂମି ଆହୁରି ସୁଦୃଢ଼ ହେବା ସହ ଛାତ୍ରଛାତ୍ରୀମାନେ ଉନ୍ନତ ଶିକ୍ଷା ସୁବିଧା ପାଇବେ ବୋଲି ଆଶା କରାଯାଉଛି।ରିପୋର୍ଟ: ଚନ୍ଦନ ପ୍ରସାଦଇନଫର୍ମେସନ ମିଡିଆ, କୋରାପୁଟ