ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକରେ ମା’ ପାର୍ବତୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ

ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକରେ ମା' ପାର୍ବତୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ

ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକରେ ମା’ ପାର୍ବତୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ

ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକର ଗଙ୍ଗାପୁର ପଞ୍ଚାୟତ ଅନ୍ତର୍ଗତ ନରସିଂହଗଡ଼ ଗ୍ରାମରେ ଶ୍ରୀଶ୍ରୀ ସ୍ୱପ୍ନେଶ୍ୱର ମହାଦେବଙ୍କ ମନ୍ଦିର ପାର୍ଶ୍ୱରେ ନବନିର୍ମିତ ମା’ ପାର୍ବତୀଙ୍କ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଭକ୍ତି ଓ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ଅନୁଷ୍ଠିତ ହୋଇଥିଲା।ଏହି ପବିତ୍ର ଅବସରରେ ଶ୍ରୀମତୀ ସୁଲକ୍ଷଣା ଗୀତାଞ୍ଜଳି ଦେବୀ ଉପସ୍ଥିତ ରହି ମା’ ପାର୍ବତୀଙ୍କ ଦର୍ଶନ କରି ଆଶୀର୍ବାଦ ଗ୍ରହଣ କରିଥିଲେ। ସେ ଅଞ୍ଚଳବାସୀଙ୍କ ସୁଖ, ସମୃଦ୍ଧି, ଶାନ୍ତି ଓ ସର୍ବାଙ୍ଗୀଣ ଉନ୍ନତି ପାଇଁ ମା’ଙ୍କ ଚରଣରେ ପ୍ରାର୍ଥନା କରିଥିଲେ।ପ୍ରତିଷ୍ଠା ଉତ୍ସବରେ ବହୁ ଶ୍ରଦ୍ଧାଳୁ, ଗ୍ରାମବାସୀ ଓ ବିଶିଷ୍ଟ ବ୍ୟକ୍ତିମାନେ ଯୋଗଦେଇ ଧାର୍ମିକ କାର୍ଯ୍ୟକ୍ରମକୁ ସଫଳ କରିଥିଲେ।ରିପୋର୍ଟ: ଗଣେଶ ପାଣିଗ୍ରାହୀ