ଗଞ୍ଜାମ ଜିଲ୍ଲା ଖାରିଆ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳନ ।
🇮🇳*ଖାରିଆ, ଗଞ୍ଜାମ: ଦେଶବାସୀଙ୍କ ସହିତ ଖାରିଆ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ମଧ୍ୟ ଆଜି ବଡ଼ ଧୂମଧାମରେ ୮୦ତମ ସ୍ୱାଧୀନତା ଦିବସ ପାଳନ କରାଯାଇଛି। ସକାଳେ ପଞ୍ଚାୟତ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଜାତୀୟ ପତାକା ଉତ୍ତୋଳନ କରାଯାଇ ଜାତୀୟ ସଙ୍ଗୀତ ଗାନ କରାଯାଇଥିଲା। ଏହି ଅବସରେ ସ୍ୱାଧୀନତା ସଂଗ୍ରାମୀ ମାନଙ୍କ ତ୍ୟାଗ ଓ ବଳିଦାନକୁ ସ୍ମରଣ କରାଯାଇଥିଲା। କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ୱାର୍ଡ ମେମ୍ବର, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ, ସ୍କୁଲ ଶିକ୍ଷକ-ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ, ଅଙ୍ଗନବାଡ଼ି କର୍ମୀ, ଆଶା କର୍ମୀ ଓ ଗ୍ରାମବାସୀ ମାନେ।ପତାକା ଉତ୍ତୋଳନ ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଦେଶାତ୍ମକ ଗୀତ ଆୟୋଜନ କରାଯାଇଥିଲା। ସ୍ୱଚ୍ଛତା ଓ ‘ହର ଘର ତ୍ରିରଙ୍ଗା’ ଅଭିଯାନରେ ସହଯୋଗ କରିବା ପାଇଁ ସମସ୍ତଙ୍କୁ ଶପଥ ପାଠ କରାଯାଇଥିଲା। ଗଣେଶ ପାଣିଗ୍ରାହୀ ରିପୋର୍ଟ
