ପରଲୋକରେ ବିଶିଷ୍ଟ ଓଡ଼ିଆ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ

ପରଲୋକରେ ବିଶିଷ୍ଟ ଓଡ଼ିଆ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ

ପରଲୋକରେ ବିଶିଷ୍ଟ ଓଡ଼ିଆ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ

ଭୁବନେଶ୍ୱର: ଓଡ଼ିଆ ସଙ୍ଗୀତ ଜଗତର ଜଣେ ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କର ଶୁକ୍ରବାର ୮୮ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ବିୟୋଗରେ ଓଡ଼ିଶାର କଳା ଓ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି।୧୯୩୮ ମସିହା ଜାନୁଆରି ୨୦ରେ ଜନ୍ମଗ୍ରହଣ କରିଥିବା ପ୍ରଣବ ପଟ୍ଟନାୟକ ପିଲାଦିନରୁ ସଙ୍ଗୀତ ପ୍ରତି ଗଭୀର ଆଗ୍ରହ ରଖିଥିଲେ। କଟକ ଆକାଶବାଣୀରୁ କଣ୍ଠଶିଳ୍ପୀ ଭାବେ ସ୍ୱୀକୃତି ପାଇବା ପରେ ଓଡ଼ିଆ ସଙ୍ଗୀତ ଓ ସିନେମା ଜଗତରେ ନିଜର ସ୍ୱତନ୍ତ୍ର ପରିଚୟ ଗଢ଼ିଥିଲେ।‘ମା’ ସିନେମାରୁ ତାଙ୍କ ଚଳଚ୍ଚିତ୍ର ଯାତ୍ରା ଆରମ୍ଭ ହୋଇଥିଲା। ପାଞ୍ଚ ଦଶନ୍ଧିରୁ ଅଧିକ ସମୟର କ୍ୟାରିୟରରେ ସେ ୫୦ରୁ ଅଧିକ ଚଳଚ୍ଚିତ୍ରରେ କଣ୍ଠଦାନ କରିଥିଲେ। ତାଙ୍କ ଅବଦାନ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ସହ ଜୟଦେବ ପୁରସ୍କାରରେ ମଧ୍ୟ ସମ୍ମାନିତ ହୋଇଥିଲେ।ପ୍ରଣବ ପଟ୍ଟନାୟକଙ୍କ ମୃତ୍ୟୁ ଓଡ଼ିଆ ସଙ୍ଗୀତପ୍ରେମୀଙ୍କ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ସୁମଧୁର କଣ୍ଠ ଓ ସଙ୍ଗୀତ ପ୍ରତି ଅବଦାନ ଓଡ଼ିଆ ସଙ୍ଗୀତ ଇତିହାସରେ ସବୁଦିନ ସ୍ମରଣୀୟ ରହିବ।