*ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି*
ଗଜପତି (ମନୋଜ ପାଢ଼ୀ ):-ଗଜପତି ଜିଲ୍ଲା କାଶୀନଗର ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମମୁଖୀ ପ୍ରଶାସନ ଅଧୀନସ୍ଥ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନୀଦ୍ର ହୋନନାଗା, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ବିରଞ୍ଚି ବାଗ, ଏବଂ ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ଯୋଗଦେଇ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣୀ କରିଥିଲେ।ଉକ୍ତ ଶିବିରରେ ମୋଟ ୧୮ଟି ଅଭିଯୋଗପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ୧୩ ଗୋଟି ବ୍ୟକ୍ତିଗତ ଏବଂ ୪ ଗୋଟି ଗ୍ରାମଭିତ୍ତିକ ସମସ୍ୟା ସମ୍ପର୍କିତ ଅଭିଯୋଗ ଆସିଥିଲା। ସମସ୍ତ ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା,ବିଭିବିରାମଜୀ, ଗୃହ ନିର୍ମାଣ, ରାସନ କାର୍ଡ, ଶିକ୍ଷା, ଜଳସେଚନ, ରାସ୍ତା, ସ୍ୱାସ୍ଥ୍ୟ ଓ ବିଭିନ୍ନ ସମସ୍ୟା ସମ୍ପର୍କିତ ଅଭିଯୋଗମାନ ଆସିଥିଲା।ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ କାଶୀନଗର ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବାଲା ସାୟାମା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଡମ୍ବରୁଧର ମଲ୍ଲିକ,ତହସିଲଦାର ଶ୍ରୀ ସୁଧୀର ନନ୍ଦଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସ୍ଥାନୀୟ ଜନପ୍ରତିନିଧିମାନେ ଉପସ୍ଥିତ ଥିଲେ।
