କୋରାପୁଟରେ ରାଜ୍ୟସ୍ତରୀୟ ଅନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ
କୋରାପୁଟ: ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ, କୋରାପୁଟ ପରିସରରେ ରାଜ୍ୟସ୍ତରୀୟ ଅନ୍ତର୍ଜାତୀୟ ସାକ୍ଷରତା ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମାନ୍ୟବର ମନ୍ତ୍ରୀ ଏବଂ ବିଭାଗୀୟ କମିଶନର ତଥା ସଚିବ ଆଭାସୀ ମାଧ୍ୟମରେ ଯୋଗଦେଇଥିଲେ।ଏହି ଅବସରରେ କୋରାପୁଟର ମାନ୍ୟବର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡର ଅଧ୍ୟକ୍ଷ, ଜିଲ୍ଲା ପ୍ରକଳ୍ପ ସଂଯୋଜକ, ଜିଲ୍ଲାପାଳଙ୍କ ସମେତ ବିଭିନ୍ନ ଜିଲ୍ଲାସ୍ତରୀୟ ବିଭାଗର ଅଧିକାରୀ ଓ ଅନ୍ୟାନ୍ୟ ଅତିଥିମାନେ ଉପସ୍ଥିତ ଥିଲେ।ସାକ୍ଷରତାର ଗୁରୁତ୍ୱ, ଶିକ୍ଷାର ପ୍ରସାର ଏବଂ ସମାଜର ପ୍ରତ୍ୟେକ ବର୍ଗଙ୍କୁ ଶିକ୍ଷା ସହିତ ଯୋଡ଼ିବା ନେଇ କାର୍ଯ୍ୟକ୍ରମରେ ଗୁରୁତ୍ୱାରୋପ କରାଯାଇଥିଲା। ସାକ୍ଷରତା ମାଧ୍ୟମରେ ଏକ ସଚେତନ ଓ ସଶକ୍ତ ସମାଜ ଗଠନ ଦିଗରେ ସମସ୍ତଙ୍କ ସହଯୋଗ ଆବଶ୍ୟକ ବୋଲି ମତ ପ୍ରକାଶ ପାଇଥିଲା।
