ଗଜପତିରେ ଆସନ୍ତା କାଲି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।

ଗଜପତିରେ ଆସନ୍ତା କାଲି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।

*ଗଜପତିରେ ଆସନ୍ତା କାଲି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ।*

ଗଜପତି (ମନୋଜ କୁମାର ପାଢୀଙ୍କ ରିପୋର୍ଟ) ୨୪/୦୯:- ଗଜପତି ଜିଲ୍ଲାରେ ଲାଗି ରହିଥିବା ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି, ୨୫ ସେପ୍ଟେମ୍ବର ୨୦୨୬ରେ ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ।ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଗଜପତି ଜିଲ୍ଲାପାଳ ଜିଲ୍ଲାର ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କରିଛନ୍ତି। ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଜାରି ରହିଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି।ବର୍ଷା ଯୋଗୁଁ ରାସ୍ତାଘାଟ, ଯାତାୟାତ ଓ ଜନଜୀବନ ପ୍ରଭାବିତ ହେବାର ଆଶଙ୍କା ଥିବାରୁ ପିଲାମାନଙ୍କୁ ଅନାବଶ୍ୟକ ଭାବେ ବାହାରକୁ ନଯିବାକୁ ପରାମର୍ଶ ଦିଆଯାଇଛି।