ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*।

ଗଜପତି,୨୮.୯( ମନୋଜ କୁମାର ପାଢୀଙ୍କ ରିପୋର୍ଟ):-ଗଜପତି ଜିଲ୍ଲା ଅନ୍ତର୍ଗତ ରାୟଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଗ୍ରାମମୁଖୀ ପ୍ରଶାସନ ଅଧୀନରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲ, ଆରକ୍ଷୀ ଅଧୀକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନା, ଉପ ଜିଲ୍ଲାପାଳ ପାରଳାଖେମୁଣ୍ଡି ସୁଶ୍ରୀ ଭାଗବତ ସାମଲ କଲ୍ୟାଣରାଓ,ଅତିରିକ୍ତ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ପୃଥ୍ୱୀରାଜ ମଣ୍ଡଳ ଯୋଗ ଦେଇ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗୁଡିକର ଶୁଣାଣି କରିଥିଲେ। ଏହି ଶିବିରରେ ମୋଟ ୪୮ ଗୋଟି ଅଭିଯୋଗପତ୍ର ଗ୍ରହଣ କରାଯାଇଥିବା ବେଳେ ସେଥି ମଧ୍ୟରୁ ୧୬ଟି ବ୍ୟକ୍ତିଗତ ଏବଂ ୩୨ଟି ଗ୍ରାମଭିତ୍ତିକ ସମସ୍ୟା ସମ୍ପର୍କିତ ଅଭିଯୋଗ ରହିଥିଲା। ସେଥିମଧ୍ୟରୁ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୦ ହଜାର ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିଲା। ଅନ୍ୟ ସମସ୍ତ ଅଭିଯୋଗର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏହି ଅବସରରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ୪ଜଣ ହିତାଧିକାରୀଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରାଯାଇଥିଲା। ଉକ୍ତ ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଭିବି-ଜି ରାମ ଜୀ, ଗୃହ ନିର୍ମାଣ, ରାସନ କାର୍ଡ, ଶିକ୍ଷା, ଜଳସେଚନ, ରାସ୍ତା, ସ୍ୱାସ୍ଥ୍ୟ ଆଦି ବିଭିନ୍ନ ସମସ୍ୟା ସମ୍ପର୍କରେ ଅଭିଯୋଗମାନ ଆସିଥିଲା।ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ରାୟଗଡ଼ ପଞ୍ଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସୀ ନାୟକ, ଉପାଧ୍ୟକ୍ଷ ଶ୍ରୀ ଜ୍ୟୋତି ପ୍ରସାଦ ପାଣି, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ବାରିକ, ତହସିଲଦାର ଶ୍ରୀ ସୁକାନ୍ତ ପ୍ରଧାନଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ଓ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ।