Home / Odisha News / ଜିଲ୍ଲାସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ଜିଲ୍ଲାସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

ଜିଲ୍ଲାସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।

*ଜିଲ୍ଲାସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ।*

ଗଜପତି,୬।୧୦(ମନୋଜ କୁମାର ପାଢୀଙ୍କ ରିପୋର୍ଟ):- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନୀନ୍ଦ୍ର ହନାଗା , ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନା,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଦୟାମୟ ପାଢ଼ୀ, ଉପ ଜିଲ୍ଲାପାଳ ସୁଶ୍ରୀ ଭାଗବତ ସାମଲ କଲ୍ୟାଣ ରାଓ,ପ୍ରକଳ୍ପ ପ୍ରଶାସକ, ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଶ୍ରୀ ଅଂଶୁମାନ ମହାପାତ୍ର ପ୍ରମୁଖ ଅଭିଯୋଗ ଶୁଣାଣୀ କରିଥିଲେ। ଆଜିର ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିରରେ ମୋଟ- ୭୮ଗୋଟି ଅଭିଯୋଗ ଆସିଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ସମ୍ପର୍କିତ – ୬୮ ଗୋଟି ଓ ଗ୍ରାମ ଭିତ୍ତିକ ସମସ୍ୟା – ୧୦ଗୋଟି ଅଭିଯୋଗ ରହିଥିଲା । ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଧେଶ ଦିଆଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ଓ ସ୍ଵାସ୍ଥ୍ୟ ସମସ୍ୟା ସମ୍ପର୍କିତ ବିଭିନ୍ନ ସମସ୍ୟା ନେଇ ଅଭିଯୋଗମାନ ଆସିଥିଲା।ଆଜିର ଏହି ଗ୍ରାମ୍ୟମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିରରେ ଗୋଷାଣି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଗୌରଚନ୍ଦ୍ର ପଟ୍ଟନାୟକ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀଗଣ ଉପସ୍ଥିତ ଥିଲେ।