ଗୁମ୍ମା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ମୃତ, ୫ ଆହତ ।

ଗୁମ୍ମା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ମୃତ, ୫ ଆହତ ।

*ଗୁମ୍ମା ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ମୃତ, ୫ ଆହତ ।

ଗଜପତି, 18.10( ମନୋଜ କୁମାର ପାଢୀଙ୍କ ରିପୋର୍ଟ): ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ଗୁମ୍ମା ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ପାଞ୍ଚ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁରସ୍ଥିତ ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।ସୂଚନା ଅନୁଯାୟୀ, ଯାତ୍ରୀମାନେ ଏକ ଅଟୋରିକ୍ସାରେ ଯାଉଥିବା ସମୟରେ ଗୁମ୍ମା ଘାଟିରେ ଚାଳକ ଭାରସାମ୍ୟ ହରାଇବାରୁ ଅଟୋଟି ରାସ୍ତାରେ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ପାଞ୍ଚ ଜଣ ଆହତ ହୋଇଥିଲେ।ଦୁର୍ଘଟଣା ପରେ ଆହତମାନଙ୍କୁ ଚିକିତ୍ସା ପାଇଁ ନିଆଯାଇଥିଲା। ଗୁରୁତର ଆହତ ହୋଇଥିବା ବ୍ୟକ୍ତିଙ୍କୁ ଉନ୍ନତ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ଏମକେସିଜି ମେଡିକାଲକୁ ପଠାଯାଇଛି। ମୃତ ବ୍ୟକ୍ତିଙ୍କର ଶବ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଛି।ଏହି ଦୁଃଖଦ ଘଟଣା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।