ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା, ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ୍ ଆବେଦନ ଖାରଜ ।

ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା, ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ୍ ଆବେଦନ ଖାରଜ ।

*ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା, ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ୍ ଆବେଦନ ଖାରଜ ।

ଗଜପତି, ୩୧.୧୦(ମନୋଜ କୁମାର ପାଢୀଙ୍କ ରିପୋର୍ଟ):- ବହୁଚର୍ଚ୍ଚିତ ଏସିଏଫ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ମୋଡ଼ ଆସିଛି। ତାଙ୍କ ପତ୍ନୀ ବିଦ୍ୟାଭାରତୀଙ୍କ ଆଗୁଆ ଜାମିନ୍ ଆବେଦନକୁ ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି।ଜାମିନ୍ ଆବେଦନ ଖାରଜ ହେବା ପରେ ବିଦ୍ୟାଭାରତୀଙ୍କ ଗିରଫ ହେବା ନେଇ ଚର୍ଚ୍ଚା ଜୋର ଧରିଛି।ସୂଚନାଯୋଗ୍ୟ ଯେ, ୨୦୨୧ ଜୁଲାଇ ୧୨ ତାରିଖରେ ପାରଳାଖେମୁଣ୍ଡିସ୍ଥିତ ସରକାରୀ ବାସଭବନରେ ସୌମ୍ୟରଞ୍ଜନ ନିଆଁରେ ପୋଡ଼ି ଗୁରୁତର ହୋଇଥିଲେ ଏବଂ ପରଦିନ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣାରେ ଦୀର୍ଘଦିନ ଧରି ଆଇନଗତ ଲଢ଼େଇ ଓ ତଦନ୍ତ ଜାରି ରହିଛି। ବର୍ତ୍ତମାନ ହାଇକୋର୍ଟଙ୍କ ରାୟ ପରେ ଏହି ବହୁଚର୍ଚ୍ଚିତ ମାମଲାର ପରବର୍ତ୍ତୀ ଆଇନଗତ ପଦକ୍ଷେପ ଉପରେ ସମସ୍ତଙ୍କ ନଜର ରହିଛି।