ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷା ପାଇଁ କୋରାପୁଟ ଜିଲ୍ଲା ପ୍ରଶାସନର ଜରୁରୀ ସମୀକ୍ଷା
କୋରାପୁଟ: ଆଗାମୀ ଦିନରେ ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କୋରାପୁଟ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀ ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି।ବୈଠକରେ ଜିଲ୍ଲାର ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ନେଇ ପ୍ରସ୍ତୁତି, ଆଗୁଆ ସତର୍କ ସୂଚନା ବ୍ୟବସ୍ଥା, ଜରୁରୀକାଳୀନ ସେବା, ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ, ସୁରକ୍ଷିତ ଆଶ୍ରୟସ୍ଥଳ ପ୍ରସ୍ତୁତି ସହ ଆବଶ୍ୟକୀୟ ଜୀବନରକ୍ଷାକାରୀ ଉପକରଣର ଉପଲବ୍ଧତା ନେଇ ବିସ୍ତୃତ ସମୀକ୍ଷା କରାଯାଇଥିଲା।ସମ୍ଭାବ୍ୟ ବିପର୍ଯ୍ୟୟ ସମୟରେ ଜନସାଧାରଣଙ୍କ ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ସମସ୍ତ ସମ୍ପୃକ୍ତ ବିଭାଗକୁ ସତର୍କ ଓ ପ୍ରସ୍ତୁତ ରହିବାକୁ ଗୁରୁତ୍ୱ ଦିଆଯାଇଛି।ଜିଲ୍ଲା ପ୍ରଶାସନ ସତର୍କ, ପ୍ରସ୍ତୁତ ଓ ସମନ୍ୱିତ ଭାବେ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ପଦକ୍ଷେପ ନେଉଛି।
