*ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ବାତ୍ୟାରେ କ୍ଷତିଗ୍ରସ୍ତ ରାସ୍ତାର ମରାମତି ଓ ପୁନରୁଦ୍ଧାର କାର୍ଯ୍ୟ ଜାରି* ।

ଗଜପତି ,୧.୧୧(ମନୋଜ କୁମାର ପାଢୀଙ୍କ ରିପୋର୍ଟ):- ଗଜପତି ଜିଲ୍ଲାରେ ବାତ୍ୟା ଅର୍ଣ୍ଣବର ପ୍ରଭାବରେ ବିଭିନ୍ନ ଅଞ୍ଚଳରେ ରାସ୍ତାଘାଟ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଏହାର ମରାମତି ଓ ପୁନରୁଦ୍ଧାର କାର୍ଯ୍ୟକୁ ଜୋରଦାର କରାଯାଇଛି।ଏହି କ୍ରମରେ ଛେଲାଗଡ଼ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ରୂପସିଂ ଗ୍ରାମରେ ବାତ୍ୟା ଯୋଗୁଁ କ୍ଷତିଗ୍ରସ୍ତ ହୋଇଥିବା ରାସ୍ତାର ମରାମତି ଓ ପୁନରୁଦ୍ଧାର କାର୍ଯ୍ୟ ଜାରି ରହିଛି। ରାସ୍ତାକୁ ଶୀଘ୍ର ଯାତାୟାତ ଉପଯୋଗୀ କରିବା ସହ ଗ୍ରାମବାସୀଙ୍କ ଯାତାୟାତ ସ୍ୱାଭାବିକ କରିବା ଲକ୍ଷ୍ୟରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ମରାମତି କାର୍ଯ୍ୟ ଚାଲିଛି।ବାତ୍ୟା ପରବର୍ତ୍ତୀ ପରିସ୍ଥିତିରେ ଗ୍ରାମାଞ୍ଚଳର ଯୋଗାଯୋଗ ବ୍ୟବସ୍ଥାକୁ ପୁନର୍ବାର ସ୍ୱାଭାବିକ କରିବା ଏବଂ ଜନସାଧାରଣଙ୍କ ଦୈନନ୍ଦିନ ଯାତାୟାତରେ ଯେପରି କୌଣସି ବାଧା ନଉପୁଜେ, ସେଥିପାଇଁ ପ୍ରଶାସନ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଉଛି।