*୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭଲିବଲ୍ ପ୍ରତିଯୋଗିତାର ଦ୍ୱିତୀୟ ଦିବସ* ।

*୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭଲିବଲ୍ ପ୍ରତିଯୋଗିତାର ଦ୍ୱିତୀୟ ଦିବସ* ।

*୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭଲିବଲ୍ ପ୍ରତିଯୋଗିତାର ଦ୍ୱିତୀୟ ଦିବସ* ।

ଗଜପତି,୧୧.୧୧(ମନୋଜ କୁମାର ପାଢୀଙ୍କ ରିପୋର୍ଟ):-ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍‌ ସ୍ଥିତ ସରକାରୀ ଏସ୍‌.ଏସ୍‌.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆୟୋଜିତ ୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ୧୪ ଓ ୧୭ ବର୍ଷରୁ କମ୍ ବାଳକ ଓ ବାଳିକା ଭଲିବଲ୍ ପ୍ରତିଯୋଗିତାର ଦ୍ୱିତୀୟ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି।ଏହି ରାଜ୍ୟସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଓଡ଼ିଶାର ୩୦ଟି ଜିଲ୍ଲାରୁ ବହୁ ଛାତ୍ରଛାତ୍ରୀ ଯୋଗଦେଇ ନିଜ ନିଜର କ୍ରୀଡ଼ା ପ୍ରତିଭା ଓ ଦକ୍ଷତା ପ୍ରଦର୍ଶନ କରୁଛନ୍ତି। ପ୍ରତିଯୋଗିତାର ସୁପରିଚାଳନା ପାଇଁ ମୋଟ ୫ଟି ଖେଳ ପଡ଼ିଆର ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ କୋର୍ଟରେ ପ୍ରାୟ ୧୨ରୁ ୧୫ଟି ମ୍ୟାଚ୍ ଅନୁଷ୍ଠିତ ହୋଇଥିବାବେଳେ ସମସ୍ତ ଖେଳାଳି ଉଚ୍ଚକୋଟୀର ଖେଳ ପ୍ରଦର୍ଶନ କରି ଦର୍ଶକଙ୍କ ମନ ଜିଣିଥିଲେ।ଦ୍ୱିତୀୟ ଦିବସର କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲ୍‌ଗୁନୀ ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ମୁଖ୍ୟ ବକ୍ତା ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ଡଃ ମାୟାଧର ସାହୁ ଯୋଗ ଦେଇଥିଲେ।

ସେହିପରି ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଏସ୍‌. ଗିରିଧର, ମୋହନା ଓ ଆର୍‌. ଉଦୟଗିରି ବ୍ଲକ୍‌ର ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ବୀରେନ୍ଦ୍ର ମଣ୍ଡଳ, ରାୟଗଡ଼ ତହସିଲଦାର ଶ୍ରୀ ସୁକାନ୍ତ ପ୍ରଧାନ ଏବଂ କନ୍ଧମାଳ ଜିଲ୍ଲାର ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀ ସଞ୍ଜୟ କୁମାର ପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତାର ବିଭିନ୍ନ ଦିଗ ଉପରେ ମତବ୍ୟକ୍ତ କରିବା ସହ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ।ଏହି ବୃହତ୍ କ୍ରୀଡ଼ା ଆୟୋଜନକୁ ସଫଳ ଓ ସୁସଂଗଠିତ କରିବାରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକ, ପ୍ରଧାନଶିକ୍ଷୟିତ୍ରୀ, ସହକାରୀ ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ କ୍ରୀଡ଼ା ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ସକ୍ରିୟ ସହଯୋଗ ଓ ଉପସ୍ଥିତି ବେଶ୍ ପ୍ରଶଂସନୀୟ ହୋଇଥିଲା।କାର୍ଯ୍ୟକ୍ରମର ମଞ୍ଚ ପରିଚାଳନା ସରକାରୀ ଏସ୍‌.ଏସ୍‌.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରାୟଗଡ଼ର କ୍ରୀଡ଼ା ଶିକ୍ଷକ ଶ୍ରୀ ସନ୍ତୋଷ ପଣ୍ଡା ପରିଚାଳନା କରିଥିଲେ। ଶେଷରେ ଗଜପତି ଜିଲ୍ଲାର ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର ଉପସ୍ଥିତ ସମସ୍ତ ଅତିଥି, ଆୟୋଜକ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ପ୍ରତିଯୋଗୀମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।