ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ଆତ୍ମସାତ୍ ଅଭିଯୋଗରେ ପୂର୍ବତନ ପିଇଓ ଗିରଫ
କୋରାପୁଟ |ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ହଡ଼ପ ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଆଦିତ୍ୟ ଚୋପାଡ଼ି।
ସୂଚନା ଅନୁଯାୟୀ, ସେ କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ ଅନ୍ତର୍ଗତ ଖୁର୍ଜି ଗ୍ରାମ ପଞ୍ଚାୟତରେ ପିଇଓ ଭାବେ କାର୍ଯ୍ୟରତ ଥିବା ସମୟରେ ୨୦୨୪-୨୫ ଆର୍ଥିକ ବର୍ଷର ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ଆତ୍ମସାତ୍ କରିଥିବା ଅଭିଯୋଗ ହୋଇଥିଲା।ଏହି ଘଟଣାରେ ମୋଟ ୮ ଲକ୍ଷ ୯୭ ହଜାର ୫୮୦ ଟଙ୍କା ହଡ଼ପ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିବା ସହ କୋର୍ଟ ଚାଲାଣ କରିଛି।
#Koraput #Vigilance #Nandapur #OdishaNews #TheInformationMedia
