ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଝିଲିମିଣ୍ଡାରେ “ସମ୍ବିଧାନ ଦିବସ” ପାଳନ ହୋଇଯାଇଛି।

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଝିଲିମିଣ୍ଡାରେ "ସମ୍ବିଧାନ ଦିବସ" ପାଳନ ହୋଇଯାଇଛି।

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଝିଲିମିଣ୍ଡାରେ “ସମ୍ବିଧାନ ଦିବସ” ପାଳନ ହୋଇଯାଇଛି।

ବରଗଡ ୨୬,୧୧(ଭବାନୀ ଶଙ୍କର ପାଢ଼ୀ) ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଝିଲିମିଣ୍ଡା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ପ୍ରଧାନ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ “ସମ୍ବିଧାନ ଦିବସ” ପାଳିତ ହୋଇଯାଇଛି। ଏ ଅବସରରେ ବିଦ୍ୟାଳୟର ଗୁରୁମା ଶ୍ରୀମତୀ ଭାର୍ଗବୀ ପଧାନ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଦୀପ ପ୍ରଜ୍ବଳନ ପୂର୍ବକ ସମସ୍ତଙ୍କର ଶୁଭ କାମନା କରି ଶିଶୁ ମାନଙ୍କୁ ମାର୍ଗ ଦର୍ଶନ ଦେଇଥିଲେ।ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ମକୁନ୍ଦ ମହାରଣା ସ୍ବାଗତ ଭାଷଣ ତଥା ଅତିଥି ଅଧିକାରୀଙ୍କର ପରିଚୟ ପ୍ରଦାନ କରିଥିଲେ।ଗୁରୁମା ସୁଶ୍ରୀ ରିଙ୍କିରାଣୀ ପଧାନ ମୁଖ୍ୟ ବକ୍ତା ଭାବରେ ଯୋଗଦାନ କରି ସମ୍ବିଧାନ ଦିବସ ବିଷୟରେ ବକ୍ତବ୍ୟ ପ୍ରଦାନ କରିଥିଲେ।ଶିଶୁ ଭଉଣୀ ମାନେ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ। ଶ୍ରୀମତୀ ଶ୍ରୁତି ନାଏକ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ କାଳୀଚରଣ ହୋତା ଧନ୍ୟବାଦ ଅର୍ପଣ କରିଥିଲେ।

ବିଦ୍ୟାଳୟର ସମସ୍ତ ଗୁରୁମା ଗୁରୁଜୀ କାର୍ଯ୍ୟକ୍ରମକୁ ସହଯୋଗ କରିଥିଲେ।