ମେ ୨୬ ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ
ଭୁବନେଶ୍ବର : ,(Abhishek Mohanty)ମେ ୨୬ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଗୋଟିଏ ଦିନରେ କଳା,ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ପ୍ରକାଶ କରାଯିବ। ଛାତ୍ରଛାତ୍ରୀମାନେ ସେମାନଙ୍କ ଫଳାଫଳ www.orissaresults.nic.in ସହ ସେମାନଙ୍କ ବିଦ୍ୟାଳୟ ଇ-ସ୍ପେସ୍ ଏବଂ ଡିଜିଲକର୍ ମାଧ୍ୟମରେ ପାଇପାରିବେ।
ଚଳିତବର୍ଷ ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ ଯୁକ୍ତ ୨ ପରୀକ୍ଷା ଦେଇଛନ୍ତି। ଏମାନଙ୍କ ମଧ୍ୟରେ ୩ ଲକ୍ଷ ୬୦ ହଜାର ୧୯୮ ଜଣ ରେଗୁଲାର ଏବଂ ୨୬ ହଜାର ୫୨ ଜଣ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଅଛନ୍ତି। କଳା ବିଭାଗରେ ୨ ଲକ୍ଷ ୩୭ ହଜାର ୭୫୦ଜଣ ପରୀକ୍ଷାର୍ଥୀ ଥିବାବେଳେ ବିଜ୍ଞାନରେ ୧ ଲକ୍ଷ ୧୬ ହଜାର ୬୨୦, ବାଣିଜ୍ୟରେ ୨୬ ହଜାର ୮୯ ଜଣ ଓ ଧନ୍ଦାମୂଳକରେ ୫ ହଜାର ୭୯୧ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି।