ଗ୍ରୀଷ୍ମପ୍ରବାହ ପାଇଁ ଓଡ଼ିଶାର ୯ ଜିଲ୍ଲାର ଜିଲ୍ଲାପାଳଙ୍କୁ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ ଆଲର୍ଟ
ଭୁବନେଶ୍ୱର: ଓଡ଼ିଶାରେ ଅନୁଭୁତ ହେଉଛି ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳି ।ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୯ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ସ୍ଵତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ।ଆସନ୍ତା ୨୪ ଘଣ୍ଟା ପାଇଁ ୯ ଜିଲ୍ଲାକୁ ହିଟ୍ୱେଭ ଆଲର୍ଟ ଜାରି କରାଯାଇଛି।ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।।ଜିଲ୍ଲା ଗୁଡ଼ିକ ହେଲା ଝାରସୁଗୁଡ଼ା, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ମାଲକାନଗିରି, ସୁନ୍ଦରଗଡ଼, ନୂଆପଡ଼ା ଓ କନ୍ଧମାଳ।