ଓଡ଼ିଶା ବିଧାନସଭାର ବାଚସ୍ପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଧାୟିକା ସୁରମା ପାଢ଼ୀ
ଭୁବନେଶ୍ୱର:(ଅଭିଷେକ ମହାନ୍ତି) ଓଡ଼ିଶା ବିଧାନସଭାର ବାଚସ୍ପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେପିର ବରିଷ୍ଠ ବିଧାୟିକା ସୁରମା ପାଢ଼ୀ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ନାମାଙ୍କନ ପତ୍ର ଦାଖଲ କଲେ ପାଢ଼ୀ।ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା, ମନ୍ତ୍ରୀ ଓ ବିଧାୟକ ମାନେ ଉପସ୍ଥିତ ଥିଲେ।