ଜଗନ୍ନାଥ ପ୍ରଧାନଙ୍କ ଗିରଫ ପରେ ଓଏଏସ୍‌ ସଂଘର ଆନ୍ଦୋଳନ ପ୍ରତ୍ୟାହୃତ

ଭୁବନେଶ୍ବର: କମିସନରେଟ୍‌ ପୁଲିସ ହାତରେ ଆଜି ରାତିରେ ଗିରଫ ହୋଇଥିବା ଭାରତୀୟ ଜନତା ପାର୍ଟି (ବିଜେପି)ର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଯାଇଛନ୍ତି। ଭୁବନେଶ୍ବର କୋର୍ଟରେ ହାଜର ହେଲା ପରେ ଜାମିନ ନାମଞ୍ଜୁର ହେବାରୁ ଜଗନ୍ନାଥ ପ୍ରଧାନଙ୍କୁ ଝାରପଡ଼ା ଜେଲକୁ ପଠାଇ ଦିଆଯାଇଛି। ଜଗନ୍ନାଥ ପ୍ରଧାନଙ୍କ ଗିରଫ ପରେ ଓଏଏସ୍‌ ସଂଘର ଆନ୍ଦୋଳନ ପ୍ରତ୍ୟାହୃତଓଏଏସ୍‌ ସଂଘର ଦାବି ଗୁରୁବାର ରାତିରେ ପୂରଣ ହୋଇଛି। ବିଏମ୍‌ସିର ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ଗତ ସୋମବାର ଦିନ ଆକ୍ରମଣ ଘଟଣାରେ ସଂପୃକ୍ତି ଥିବା ଅଭିଯୋଗରେ ବିଜେପିର ବରିଷ୍ଠ ନେତା ଜଗନ୍ନାଥ ପ୍ରଧାନ ଗିରଫ ହେଲା ପରେ ଓଏଏସ୍‌ ସଂଘ ଆନ୍ଦୋଳନ ପ୍ରତ୍ୟାହାର କରିଛନ୍ତି।

Leave a Reply

Your email address will not be published. Required fields are marked *