ରାଜସ୍ୱ ଅମଲା ସଂଘର ଆନ୍ଦୋଳନ ନିଷ୍ପତି ୧୧ ଅଗଷ୍ଟ ୨୦୨୫ ତାରିଖ ଠାରୁ ଅନିର୍ଦ୍ଧିଷ୍ଟ କାଳ ଯାଏଁ ସମୂହ ଛୁଟିରେ ଯିବେ ରାଜ୍ୟର ସମସ୍ତ ରାଜସ୍ୱ ଅମଲା ସଂଘ।

ରାଜସ୍ୱ ଅମଲା ସଂଘର ଆନ୍ଦୋଳନ ନିଷ୍ପତି ୧୧ ଅଗଷ୍ଟ ୨୦୨୫ ତାରିଖ ଠାରୁ ଅନିର୍ଦ୍ଧିଷ୍ଟ କାଳ ଯାଏଁ ସମୂହ ଛୁଟିରେ ଯିବେ ରାଜ୍ୟର ସମସ୍ତ ରାଜସ୍ୱ ଅମଲା ସଂଘ।

ଗଜପତି(ମନୋଜ ପାଢୀ) ୦୮.୦୮.୨୦୨୫ : ଗଜପତି ଜିଲ୍ଲା ଶାଖା ରାଜସ୍ୱ ଅମଲା ସଂଘ ନୂତନ ଭାବେ ଯୋଗଦାନ କରିଥିବା ଜିଲ୍ଲାପାଳଙ୍କୁ ଆଜି ସମୂହ ଛୁଟି ଦରଖାସ୍ତ ପ୍ରଦାନ କରିବା ସହ ୯ ଦଫା ଦାବି ପୂରଣ ନିମନ୍ତେ ଏକ ଦାବି ପତ୍ର ମଧ୍ୟ ପ୍ରଦାନ କରିଥିଲେ। ପ୍ରକାଶଥାଉ କି, ଜିଲ୍ଲା ସ୍ତରରେ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କର ଦୀର୍ଘଦିନର ଦାବି ପୂରଣ କରିବା ପ୍ରତି ରାଜ୍ୟ ସରକାରଙ୍କ ବୈମାତୃକ ମନୋଭାବ ପୋଷଣ କରୁଥିବା ଯୋଗୁଁ ଜିଲ୍ଲା ସ୍ତରରେ ଅମଲା ମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା | ଦାବି ଗୁଡିକ ମଧ୍ୟ ରେ ମୁଖ୍ୟତଃ, ଜିଲ୍ଲା ସ୍ତରୀୟ କାର୍ଯ୍ୟରତ ରାଜସ୍ୱ ଅମଲା ମାନଙ୍କ ମୂଳ ଦରମା ORSP-୨୦୧୭ ନିୟମ ଅନୁଯାଇ ଲେବେଲ- ୯ କୁ ବୃଦ୍ଧି କରାଯାଉ | ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଏବଂ ଅଭିଯୋଗ ବିଭାଗର ପତ୍ର ସଂଖ୍ୟା :- ୮୮୯୮ ତାରିଖ – ୧୫-୦୩-୨୦୨୪ ଅନୁଯାୟୀ ସମସ୍ତ ଜିଲ୍ଲାପାଳ ମାନଙ୍କ ଦ୍ଵାରା ପ୍ରଦାନ କରାଯାଇଥିବା ତଥ୍ୟ କୁ ଆଧାର କରି ନୂତନ ପଦବୀ ସୃଷ୍ଟି ଓ ପଦବୀ ପୁନର୍ଗଠନ କରାଯାଉ | ରାଜ୍ୟରେ କାର୍ଯ୍ୟରତ ସମସ୍ତ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ୨୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ବୀମା ଲାଗୁ କରାଯାଉ | ୨୦୨୦ ମସିହାରେ ଲାଗୁ କରାଯାଇଥିବା ପୁନଃ ଥଇଥାନ ଯୋଜନାର ନିୟମାବଳୀକୁ ସମ୍ପୂର୍ଣ ଉଚ୍ଛେଦ କରାଯାଇ ୧୯୯୦ ମଶିହାରେ ଲାଗୁ କରାଯାଇଥିବା ନିୟମାବଳୀ ଅନୁଯାଇ ମୃତ ସରକାରୀ କର୍ମଚାରୀଙ୍କ ପରିବାରର ଯେକୌଣସି ଜଣେ ସଦସ୍ୟଙ୍କୁ ଯୋଗ୍ୟତା ଭିତ୍ତିରେ ନିଯୁକ୍ତି ପ୍ରଦାନ କରାଯାଉ | ଓଡ଼ିଶା ରାଜସ୍ଵ ସେବା ପଦ୍ଧତି ରେ ରାଜସ୍ୱ ଅମଲା ମାନଙ୍କୁ ସତ ପ୍ରତିଶତ ପଦୋନ୍ନତି ଦିଆଯାଉ | ନୂତନ ପେନସନ ଯୋଜନା କୁ ରଦ୍ଦ କରି ସମସ୍ତ ସରକାରୀ କର୍ମଚାରୀ ଙ୍କୁ ପୁରାତନ ପେନସନ ଯୋଜନା ରେ ଅନ୍ତର୍ଭୁକ୍ତ କରାଯାଉ |ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସହ ବିଭିନ୍ନ ସମୟରେ ଏବଂ ବିଭିନ୍ନ ମାଧ୍ୟମରେ ପତ୍ରାଳାପ କରିବା ସହିତ ବିଭିନ୍ନ ସ୍ତରରେ ଆଲୋଚନା ମଧ୍ୟ ହୋଇସାରିଛି l କିନ୍ତୁ, ଉପରୋକ୍ତ ସମସ୍ତ ଆଲୋଚନା ପର୍ଯ୍ୟାଲୋଚନା ପରେ ମଧ୍ୟ ବର୍ତ୍ତମାନ ଯାଏଁ ଫଳ ଶୂନ୍ୟ ହୋଇଅଛି l ରାଜ୍ୟ ସଂଘର ନିର୍ଦ୍ଦେଶ ଅନୁଯାୟୀ, ଜିଲ୍ଲାର ସମସ୍ତ ରାଜସ୍ବ ଅମଲା ସଂଘ ନିଜ ନିଜ କାର୍ଯ୍ୟାଳୟ ରେ ସମୂହ ଛୁଟି ଦରଖାସ୍ତ ପ୍ରଦାନ କରିଛନ୍ତି। ଅଗଷ୍ଟ ୧୧ ତାରିଖ ଠାରୁ ସମ୍ପୂର୍ଣ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରାଯିବ ବୋଲି ଜିଲ୍ଲା ସମ୍ପାଦକ ଶାନ୍ତୁନୁ ମିଶ୍ର ଓ ଅନ୍ୟାନ୍ୟ ରାଜସ୍ବ ଅମଲା ସଂଘ ଜଣାଇଛନ୍ତି | ସମୂହ ଛୁଟି ସମୟରେ ଜଣ ସାଧାରଣ ବିଭିନ୍ନ କାର୍ଯ୍ୟ ବାଧା ପ୍ରାପ୍ତ ହେବ ସେଥି ପାଇଁ ରାଜ୍ୟ ସରକାର ହିଁ ଦାୟୀ ରହିବେ। ରାଜ୍ୟ ସରକାରଙ୍କୁ ଅନୁରୋଧ କ୍ରମେ ଜଣାଉଛୁ ଯେ ରାଜସ୍ବ ଅମଲା ସଂଘ ର ୯ ଦଫା ଦାବି ଶୀଘ୍ର ପୂରଣ କରାଯାଉ।

Leave a Reply

Your email address will not be published. Required fields are marked *